ଶୁକ୍ରବାର ରାଶିଫଳ: ଖୁସି ଖବର ମିଳିବା ସହ ବ୍ୟବସାୟରେ ଲାଭ, ଏହି ରାଶିର ଲୋକଙ୍କ ପାଇଁ ଶୁଭ
ମେଷ- କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନା ଫଳବତୀ ହେବ। ଭାଷା ମଧୁର ହେବ। ରାଜଯୋଗ ଅଛି। ଉଚ୍ଚାସନ ମିଳିପାରେ। ଧାର୍ମିକ ପ୍ରବୃତ୍ତିର ହେବେ। ସାହସୀ ଓ ଜ୍ଞାନୀ ହେବେ। ଗୁପ୍ତ ବିଦ୍ୟାରେ ରୁଚି ରହିବ।
ବୃଷ- ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥପ୍ରାପ୍ତିର ସୂଚନା ମିଳୁଛି।
ମିଥୁନ- କୁଳପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଦୟାଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ପରସ୍ପର ସ୍ନେହ ରହିଲେ ଘର ବୈକୁଣ୍ଠ ସମାନ ହେବ।
କର୍କଟ- ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଆଜି ଦିନଟି ସୁଖ ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସ ପ୍ରିୟ, ବିଦ୍ବାନ, ସାହସୀ ଓ ସମ୍ପତ୍ତିବାନ୍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ସିଂହ- ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଧୈର୍ଯ୍ୟ ଓ ସାହସର ସହିତ ଦେଖାହେବାକୁ ଥିବା ଜଟିଳ ସମସ୍ୟାର ମୁକାବିଲା କଲେ ତାହା ସ୍ବତଃ ଅପସରିଯିବ।
କନ୍ୟା- ସେବାଭାବନାରେ ଉନ୍ମୁଖ ହେବେ। ସମାଜସେବୀ ଭାବେ ସମ୍ମାନିତ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଶାନ୍ତି ଓ ଧୈର୍ଯ୍ୟବାନ୍ ହେବେ। ଅହଂଭାବ ବିସର୍ଜିତ ହେବ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।
ତୁଳା- ଭ୍ରାତୃଭାବରେ ଅନୁବନ୍ଧିତ ହୋଇପାରନ୍ତି। ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହେବେ। ଚାକିରି ଜୀବନ ମଧ୍ୟ ସେବାଭାବର ହେବ।
ବିଛା- କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭ ହୋଇପାରେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ।
ଧନୁ- ଉଦାର ଚରିତ ସମ୍ପନ୍ନ ହେବେ। ଦାନଧର୍ମକୁ ଜୀବନର ବ୍ରତ ଭାବେ ଗ୍ରହଣ କରିପାରନ୍ତି। କୃଷିକର୍ମକୁ ପ୍ରୋତ୍ସାହିତ କରିପାରନ୍ତି। ପ୍ରେମୀ ଓ ବୁଦ୍ଧିମାନ ହେବେ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।
ମକର- ମନ ପ୍ରସନ୍ନ ରହିବ। ଆତ୍ମବାଦୀ ହେବେ। ଭାଷାର ମଧୁରତା ଆପଣଙ୍କୁ ଜନପ୍ରିୟ କରିପାରେ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଭକ୍ତିପୂତ ଆଦର ସମ୍ମାନ ମିଳିବ। ସର୍ବତ୍ର ବିଜୟୀ ହେବେ।
କୁମ୍ଭ- ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ବନ୍ଧୁ ସହାୟତା ମିଳିବ।
ମୀନ- ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ସଂସାରୀ ମନୋବୃତ୍ତିର ହେବେ। ମାଲି ମୋକଦ୍ଦମାରେ ବିଜୟୀ ହେବେ। ଶ୍ରୀଚନ୍ଦ୍ର ଭୋଗ ହେତୁ ମିଷ୍ଠାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
Comments are closed.