www.samajalive.in
Monday, December 8, 2025
27.1 C
Bhubaneswar

ଶୁକ୍ରବାର ରାଶିଫଳ: ଧନ ଲାଭ ସହ ଖୁସି ଖବର ଯୋଗ, ଏହି ରାଶିର ଲୋକଙ୍କ ପାଇଁ ବହୁତ ଶୁଭ

ମେଷ- ଈଶ୍ବର ବିଶ୍ବାସୀ ହେବେ। ସୁଖୀ, ସକଳ ଗୁଣଯୁକ୍ତ ଓ କାବ୍ୟ ଶାସ୍ତ୍ରାନୁରକ୍ତ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଭକ୍ତିଯୁକ୍ତ ଆଦର ସମ୍ମାନ ମିଳିବ।

ବୃଷ- ଯଶ୍ବସୀ ଓ ଭାଗ୍ୟଶାଳୀ ହୋଇପାରନ୍ତି। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବିଭିନ୍ନ ସ୍ତରରୁ ଧନାଗମ ହେବ।

- Advertisement -

ମିଥୁନ- ଐଶର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଧନସମ୍ପଦ ଭରପୂର ରହିବ। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହେବେ। ବ୍ୟବସାୟ ଅତ୍ୟନ୍ତ ଲାଭଦାୟକ ହେବ।

କର୍କଟ- କର୍ମଚଞ୍ଚଳ ରହିବେ। ସାମାନ୍ୟ ଥଣ୍ଡା ଓ କଫଜନିତ କ୍ଲେଶ ଅନୁଭବ କରିପାରନ୍ତି। ମଧୁର କଥା କହି ପରକୁ ଆପଣାର କରି କାର୍ଯ୍ୟ ହାସଲ କରିବେ। ଧାର୍ମିକ ହେବେ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ।

ସିଂହ- ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭର ସୂଚନା ମିଳୁଛି। ସନ୍ତାନମାନେ ଗୁଣୀ ଓ ସମ୍ପତ୍ତିଯୁକ୍ତ ହେବେ।

କନ୍ୟା- କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ। ଈଶ୍ବର ବିଶ୍ବାସୀ ହେବେ।

ତୁଳା- ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ ବିଳାସ କରିପାରନ୍ତି। ଆଜି ଦିନଟି ଆପଣଙ୍କ ପାଇଁ ବହୁ ସୁଖସମୃଦ୍ଧି ଆଣିପାରେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ବିଛା- ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଦାୟକ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଜଳଯାତ୍ରାରେ ବିପଦ ରହିଛି। ଯାନବାହନ ଚଳାଚଳରେ ସତର୍କ ରହିବାକୁ ପଡ଼ିବ।

ଧନୁ- ଜଣେ ସମାଜସେବୀ ଭାବେ ଉଚ୍ଚ ସମ୍ମାନର ଅଧିକାରୀ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ସ୍ବ ସୁକର୍ମ ପାଇଁ ମନରେ ଉପୁଜିଥିବା ଅହଂଭାବକୁ ବିସର୍ଜନ ଦେବାକୁ ପଡ଼ିବ। ଶାନ୍ତ ଓ ଧୈର୍ଯ୍ୟ ବାନ୍‌ ହେବେ।

ମକର- ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସେବା ମନୋଭାବର ହେବେ।

କୁମ୍ଭ- କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଶୁଭେଚ୍ଛୁମାନଙ୍କ ପ୍ରେରଣା ଆପଣଙ୍କୁ ସ୍ଥିର ଚିତ୍ତ କରିପାରେ। ଧାର୍ମିକ, ତେଜସ୍ବୀ ହୋଇପାରନ୍ତି।

ମୀନ- ଉଦାର ପ୍ରକୃତିର ହୋଇପାରନ୍ତି। ଦାନଶୀଳ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ରହିବେ। କୃଷି କର୍ମକାରୀ ହେବେ। ଜଳଯାତ୍ରା ନ କରିବା ଭଲ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories