www.samajalive.in
Tuesday, December 9, 2025
15.1 C
Bhubaneswar

ଶୁକ୍ରବାର ରାଶିଫଳ: ବିଭିନ୍ନ ଦିଗରୁ ମିଳିବ ଖୁସି ଖବର, ଏହି ରାଶିର ଲୋକଙ୍କ ପାଇଁ ଶୁଭ

ମେଷ- ଭାଗ୍ୟଶାଳୀ ହୋଇପାରନ୍ତି। ଆଜି ଦିନଟି ସୁଖ-ସମୃଦ୍ଧି ସହିତ ବିଳାସପୂର୍ଣ୍ଣ ହୋଇପାରେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ବୃଷ- ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଜଳଯାତ୍ରାରେ ବିପଦ ଅଛି। ସତର୍କତାର ଦିନ ଆଜି।

- Advertisement -

ମିଥୁନ- ସମାଜସେବୀ ଭାବେ ଉଚ୍ଚ ସମ୍ମାନର ଅଧିକାରୀ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଅହଂ ଭାବକୁ ବିସର୍ଜନ ଦେବେ। ପତ୍ନୀଙ୍କ ଉପଦେଶ ଉପାଦେୟ ହେବ।

କର୍କଟ- ଭାତୃତ୍ବର ନିବିଡ଼ ବନ୍ଧନରେ ଅନୁବନ୍ଧିତ ହୋଇପାରନ୍ତି। ବାହ୍ୟ ଖର୍ଚ୍ଚକୁ ସୀମିତ କରିବାକୁ ପଡ଼ିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି ସେବାମୂଳକ ହେବ।

ସିଂହ- କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ ଓ ତେଜସ୍ବୀ ହେବେ।

କନ୍ୟା- ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଉଦାର ସ୍ବଭାବର ହେବେ। କୃଷି କର୍ମରେ ତତ୍ପରତା ପ୍ରକାଶ ପାଇବ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ। ଯାନବାହନ ସୁଖ ମିଳିବ।

ତୁଳା- ଆସ୍ତିକ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଭକ୍ତିପୁତ ଆଦର ସମ୍ମାନ ମିଳିବ। ସର୍ବତ୍ର ବିଜୟୀ ହେବେ।

ବିଛା- ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ।

ଧନୁ- ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲି ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ସଂଗ୍ରାମୀ ମନୋବୃତ୍ତିର ହୋଇପାରନ୍ତି। ସ୍ବାଦିଷ୍ଟ ଭୋଜନରେ ଆପ୍ୟାୟିତ ହେବେ। ଆୟ ବୃଦ୍ଧି ହେବ।

ମକର- ଏକାନ୍ତ ସାଧନା ଫଳବତୀ ହେବ। ସାମାନ୍ୟ ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି। ମଧୁର କଥାରେ ପରକୁ ଆପଣାର କରି କାର୍ଯ୍ୟ ହାସଲ କରିବେ। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହୋଇପାରନ୍ତି।

କୁମ୍ଭ- ଆୟୁଷ୍ମାନ୍‌ ଓ ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ବହୁବିଦ୍ୟାରେ ଜ୍ଞାନୀ ହେବେ।

ମୀନ- ମନ ପ୍ରସନ୍ନ ରହିବ। କୁଳପ୍ରଦୀପ ହେବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଦୟାଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହ ସଦିଚ୍ଛାଭାବ ରହିବ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories