ଶୁକ୍ରବାର ରାଶିଫଳ: ସବୁଦିଗରୁ ଖୁସି ଖବର ମିଳିବ, ଏହି ରାଶିର ଲୋକଙ୍କ ପାଇଁ ବହୁତ ଶୁଭ

ମେଷ- ଉଦାର ଚରିତ, ଉଦାର ଚେତା ଓ ଉଦାର ସ୍ବଭାବସମ୍ପନ୍ନ ହୋଇପାରନ୍ତି। ଦାନ ଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହେବେ। ଜଳଯାତ୍ରା ନ କରିବା ଭଲ।

ବୃଷ- ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଭାଇମାନଙ୍କଠାରୁ ଭକ୍ତି ଓ ଆଦର ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।

ମିଥୁନ- ସୌଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ।

କର୍କଟ- ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟୁଷ୍ମାନ୍‌ ହେବେ। ଆୟ ଆଶାନୁରୂପ ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ରଣାଙ୍ଗନରେ ବିଜୟୀ ହେବେ।

ସିଂହ- ରାଜଯୋଗ ଅଛି। କର୍ମଚଞ୍ଚଳ ରହିବେ। ସଂସ୍ଥାର ଅନୁଗତ ସଭ୍ୟମାନଙ୍କର ସମର୍ଥନ ଲାଭ କରିବେ। ଉଚ୍ଚାସନରେ ଆସୀନ ହେବେ। ସାଧନା ଫଳବତୀ ହେବ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ। ଜ୍ଞାନୀ ହେବେ।

କନ୍ୟା- ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଚଳ ରହିବେ। ବିଭାଗୀୟ ସ୍ତରରେ ସମ୍ମାନିତ ହେବା ସହିତ ସରକାରୀ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସୁସ୍ଥ ରହିବେ।

ତୁଳା- କୁଳ ପ୍ରଦୀପ ହେବେ। ଚିତ୍ତ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ।

ବିଛା- ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ପାରିବାରିକ ଜୀବନ ସ୍ନେହପୂର୍ଣ୍ଣ ହେବ। ଉଦ୍ୟୋଗୀ ହୋଇପାରନ୍ତି।

ଧନୁ- କାର୍ଯ୍ୟରେ ଅନାଗ୍ରହୀ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ବ୍ୟବସାୟରୁ ଲାଭ ମିଳିପାରେ। ଜଳଯାତ୍ରା ନ କରିବା ଭଲ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କ ରହିବେ।

ମକର- ଜଣେ ସମାଜସେବୀଭାବେ ପଦମର୍ଯ୍ୟାଦା ଲାଭ କରିବେ। ବ୍ୟବସାୟ ଲାଭପ୍ରଦ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ସେବା କ୍ଷେତ୍ରରେ ନିଜକୁ ସ୍ବେଚ୍ଛାକୃତ ଭାବେ ନିୟୋଜିତ କରିପାରନ୍ତି। ଅହଂଭାବ ନାଶ ହେବ।

କୁମ୍ଭ- ଭ୍ରାତୃଭାବ ଅତୁଟ ରହିବ। ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ସୁସ୍ଥ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଗ୍ରାମାଞ୍ଚଳ ଲୋକଙ୍କ ସେବାରେ ନିମଗ୍ନ ରହିବେ।

ମୀନ- କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଜ୍ୟୋତିଷ ବିଦ୍ୟା ପ୍ରତି ଆଗ୍ରହ ରହିବ।

Comments are closed.