www.samajalive.in
Saturday, December 6, 2025
23.1 C
Bhubaneswar

ଶୁକ୍ରବାର ରାଶିଫଳ: ଭାଗ୍ୟଶାଳୀ ହେବା ସହ ସମ୍ପତ୍ତି ଲାଭ ହେବ, ଏହି ରାଶିର ଲୋକଙ୍କ ପାଇଁ ଶୁଭ

ମେଷ- ଆୟୁଷ୍ମାନ୍‌ ଓ ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। ସାମୟିକ ଭାବେ ବିଦେଶ ରହଣି ପାଇଁ ମନ ବଳାଇବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତ ହେବ।

ବୃଷ- କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ, ସଦ୍ଦିଚ୍ଛା ଭାବ ରହିବ।

- Advertisement -

ମିଥୁନ- ଭାଗ୍ୟଶାଳୀ ହେବେ। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

କର୍କଟ- ପରିସ୍ଥିତିରେ ପଡ଼ି ପ୍ରତିଶୋଧ ପରାୟଣ ହୋଇପାରନ୍ତି। କଥାବାର୍ତ୍ତାରେ ତାଳମେଳ ନ ରହି ପାରେ। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ବାଳକ ହୋଇଥିଲେ ସତର୍କ ରହିବେ।

ସିଂହ- ଜଣେ ବରିଷ୍ଠ ସମାଜସେବୀଭାବେ ଜନସାଧାରଣଙ୍କ ଆଦରର ପାତ୍ର ହେବେ। ସେବା କାର୍ଯ୍ୟରେ ସଦାସର୍ବଦା ନିୟୋଜିତ ହୋଇ ନିଜକୁ ଧନ୍ୟ ମନେ କରିବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ।

କନ୍ୟା- ଭ୍ରାତୃତ୍ବର ନିବିଡ଼ ବନ୍ଧନରେ ଆପଣ ନିଜକୁ ଅନୁବନ୍ଧିତ କରିପାରନ୍ତି। ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଚାକିରି କ୍ଷେତ୍ରରେ ଜନକଲ୍ୟାଣରେ ବ୍ରତୀ ହେବେ।

ତୁଳା- କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ ଓ ତେଜସ୍ବୀ ହେବେ।

ବିଛା- ଉଦାର ଚରିତସମ୍ପନ୍ନ ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀଙ୍କୁ ସହାୟତା ଯୋଗାଇ ଦେବେ। ପ୍ରେମୀ ହେବେ।

ଧନୁ- ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବେ। ପ୍ରେମୀ ଓ ସାହସୀ ହେବେ। ଅନୁଜଙ୍କଠାରୁ ଆଦର ସମ୍ମାନ ମିଳିବ। ସର୍ବତ୍ର ବିଜୟୀ ହେବେ।

ମକର- ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କଠାରୁ ସହାୟତା ମିଳିବ।

କୁମ୍ଭ- ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ରଣ କ୍ଷେତ୍ର ପାଇଁ ମାନସିକ ସ୍ତରରେ ପ୍ରସ୍ତୁତ ରହିବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନ ଲାଭ ହେବ। ସ୍ବାଦିଷ୍ଟ ଭୋଜନରେ ଆପ୍ୟାୟିତ ହେବେ। ବିଦ୍ବାନ୍‌ ହେବେ।

ମୀନ- ଥଣ୍ଡା, କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ମଧୁର କଥାରେ ପରକୁ ଆପଣାର କରିବେ। ଏକାନ୍ତ ସାଧନାରୁ ସିଦ୍ଧିର ସୂତ୍ର ମିଳିବ। ସାହସୀ ଓ ଜ୍ଞାନୀ ହେବେ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories