ଶୁକ୍ରବାର ରାଶିଫଳ: ଭାଗ୍ୟଶାଳୀ ହୋଇପାରନ୍ତି

ମେଷ- ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହେବାର ସୂଚନା ମିଳୁଛି। ଲୋକପ୍ରିୟତା ଅର୍ଜନ କରିବେ। କର୍ମ ଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷରୁ ଅର୍ଥ ମିଳିବ।

ବୃଷ-  କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭପ୍ରଦ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହ ସଦିଚ୍ଛା ରହିବ।

ମିଥୁନ- ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ସୁଖ-ସମୃଦ୍ଧି ପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍ୟୋମୀ ହେବେ।

କର୍କଟ-  ପରିସ୍ଥିତିରେ ପଡ଼ି ଇର୍ଷା ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ଜଳଯାତ୍ରାରେ ବିପଦ ଅଛି। ଅଷ୍ଟମ ଚନ୍ଦ୍ର ଭୋଗ ଯୋଗୁଁ ସତର୍କରେ ଚଳିବେ।

ସିଂହ- ଜଣେ ପ୍ରଖ୍ୟାତ ସମାଜସେବୀ ଭାବେ ଜନସାଧାରଣଙ୍କର ନମସ୍ୟ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ସେବା ଭାବନାରେ ଉନ୍ମୁଖ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

କନ୍ୟା- ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ବହୁ ଶୁଭଫଳ ଆଶା କରାଯାଏ।

ତୁଳା- କର୍ମ ଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ବ୍ୟବସାୟାଦି ବିଭିନ୍ନ ଦିଗରୁ ଆର୍ଥିକ ସ୍ରୋତ ପ୍ରବାହିତ ହେବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ।

ବିଛା- ଉଦାର ପ୍ରକୃତିର ହେବେ। ଦାନ ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନୀୟ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି, କର୍ମକାରୀ ହେବେ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।

ଧନୁ- ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ ହେବେ।

ମକର- ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଉଦାର ଚରିତ ଓ ବିଦ୍ୟା ପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବନ୍ଧୁ ସହଯୋଗ ମିଳିବ।

କୁମ୍ଭ- ଶ୍ରୀଚନ୍ଦ୍ର ଭୋଗ ହେତୁ ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ରୁଚିପୂର୍ଣ୍ଣ ଭୋଜନରେ ଆପ୍ୟାୟିତ ହେବେ। ସଂଗ୍ରାମୀ ମନୋବୃତ୍ତିର ହୋଇପାରନ୍ତି। ମାଲି ମୋକଦ୍ଦମାରେ ବିଜୟୀ ହେବେ। ଧନ ଲାଭ ହେବ।

ମୀନ- କର୍ମ ଚଞ୍ଚଳ ରହିବେ। ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି। ଏକାନ୍ତ ସାଧନା ଫଳବତି ହେବ। ମଧୁର କଥା କହି ପରକୁ ଆପଣାର କରିପାରନ୍ତି। ଧର୍ମ କାର୍ଯ୍ୟରେ ଧନବ୍ୟୟ କରିବେ । ସାହସୀ ଓ ଜ୍ଞାନୀ ହେବେ।

Comments are closed.