www.samajalive.in
Tuesday, December 9, 2025
15.1 C
Bhubaneswar

ଶୁକ୍ରବାର ରାଶିଫଳ ୦୮। ୦୫। ୨୦୨୦

ମେଷ: ଈର୍ଷାଳୁ ହେବା କାରଣରୁ ଚାପଗ୍ରସ୍ତ ରହିବେ। ସ୍ୱାଭିମାନୀ ହୋଇପାରନ୍ତି। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କରେ ଚଳିବାକୁ ପଡ଼ିବ।
ବୃଷ: କାର୍ଯ୍ୟରେ ଉତ୍ସାହ ବୃଦ୍ଧି ପାଇବ। ବ୍ୟବସାୟ ଲାଭଜନକ ହେବ। ପରିସ୍ଥିତିକୁ ଦୃଷ୍ଟିରେ ରଖି ସେବା କ୍ଷେତ୍ରରେ ଅବତୀର୍ଣ୍ଣ ହୋଇପାରନ୍ତି। ନିଜ କାର୍ଯ୍ୟ ଶୈଳୀ ପାଇଁ ମନରେ ଅହଂଭାବ ଆସିବ। ଧୈର୍ଯ୍ୟବାନ୍‌ ହେବେ। ପତ୍ନୀ ମାର୍ଗ ଦର୍ଶନ କରିବେ।
ମିଥୁନ: ଆମୋଦ-ପ୍ରମୋଦରେ ସମୟ ଅତିବାହିତ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ।
କର୍କଟ: ଚଞ୍ଚଳମନା ହୋଇପାରନ୍ତି। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ। ଆକସ୍ମିକ ଧନ ଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ଆଗ୍ରହ ପ୍ରକାଶ କରିବେ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ। ଲଟେରି ଫଳ ସପକ୍ଷରେ ଯିବ।
ସିଂହ: ଉଦାର ସ୍ଵଭାଵର ହୋଇପାରନ୍ତି। ଦାନଶୀଳ ହେବେ। ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। କୃଷିକର୍ମକାରୀ, ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।
କନ୍ୟା: ମନ ପ୍ରସନ୍ନ ରହିବ। ଧର୍ମପରାୟଣ ହେବେ। ମଧୁରଭାଷୀ ଭାବେ ଜନାଦୃତ ହେବେ। ପ୍ରେମୀ ଓ ସାହସୀ ହେବେ। ଭାଇମାନଙ୍କଠାରୁ ଆଦର ସମ୍ମାନ ପାଇବେ। ବନ୍ଧୁପ୍ରେମୀ ଓ ସାହସୀ ହେବେ। ବିବାଦୀୟ ଘଟଣା ଓ ପ୍ରତିଯୋଗିତାରେ ବିଜୟୀ ହେବେ।
ତୁଳା: ପରୋପକାରକୁ ଜୀବନର ବ୍ରତ ଭାବେ ଗ୍ରହଣ କରିପାରନ୍ତି। ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ସପତ୍ନୀକ ଖୁସିରେ ଚଳିବେ। ମିତ୍ରସୁଖ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ୍‌ ହେବେ।
ବିଛା: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ଅଧିକ ହୋଇପାରେ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ରଣାଙ୍ଗନରେ ବୀରତ୍ୱର ପରିପ୍ରକାଶ ଘଟାଇବେ। ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭର ସୂଚନା ମିଳୁଛି।
ଧନୁ: ମୂଲ୍ୟବାନ୍‌ ଦ୍ରବ୍ୟ ଲାଭର ସୂଚନା ମିଳୁଛି। ଚଞ୍ଚଳମନା ହେବେ। ଅତ୍ୟାବଶ୍ୟକ ଦ୍ରବ୍ୟ କ୍ରୟରେ ଅଧିକ ଖର୍ଚ୍ଚାନ୍ତ ହେବେ। ନୀତିନିଷ୍ଠ ଓ ବୁଦ୍ଧିମାନ୍‌ ହୋଇପାରନ୍ତି। ଦୂରଦ୍ରଷ୍ଟା ହେବେ। ମଧୁର କଥାରେ ପରକୁ ଆପଣାର କରିବେ।
ମକର: କାର୍ଯ୍ୟ ଫଳଦାୟୀ ହେବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ଚଞ୍ଚଳମନା ହେବେ। ସରକାରୀ ସ୍ତରରୁ ଧନଲାଭ ହେବ।
କୁମ୍ଭ: ସମୟ ସହିତ ତାଳ ଦେଇ କର୍ମକ୍ଷେତ୍ରକୁ ଉଜ୍ଜ୍ୱଳମୟ କରିବେ। କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ଵଭାଵର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ସରକାରୀ କୃପା ମିଳିବ।
ମୀନ: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ-ବିଳାସରେ ଦିନଟି ଅତିବାହିତ କରିବେ। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି। ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଉଦ୍ୟୋଗୀ ହେବେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories