www.samajalive.in
Friday, December 5, 2025
20.1 C
Bhubaneswar

ଶୁକ୍ରବାର ରାଶିଫଳ: ଆଜି ଏହି ରାଶିଙ୍କ ଭାଗ୍ୟ ଖୋଲିବ

ମେଷ: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ଆୟୁଷ୍ମାନ୍‌ ହେବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହୋଇପାରନ୍ତି। ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ।

ବୃଷ: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖ ସମୃଦ୍ଧପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହେବେ।

- Advertisement -

ମିଥୁନ: ପ୍ରତିଶୋଧ ପରାୟଣ ହୋଇପାରନ୍ତି। କଥାବାର୍ତ୍ତାରେ ବାଚାଳତା ପ୍ରକାଶ ପାଇପାରେ। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ମିତ୍ରମାନେ କରଛଡ଼ା ଦେଇପାରନ୍ତି।

କର୍କଟ: ଜଣେ ବିଶିଷ୍ଟ ସମାଜସେବୀଭାବେ ଜନସାଧାରଣଙ୍କର ଆଦରଣୀୟ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ବ୍ୟବସାୟ ଲାଭପ୍ରଦ ହେବ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ସତ୍‌ସଙ୍ଗୀ ହେବେ।#fridayhoroscope,

ସିଂହ: ଜନମତ ନିର୍ବିଶେଷରେ ସବୁ ବର୍ଗର ଲୋକଙ୍କ ସହିତ ଭ୍ରାତୃତ୍ବ ବନ୍ଧନରେ ଅନୁବନ୍ଧିତ ହୋଇପାରିଛି। ସୁସ୍ଥ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚ ସୀମିତ କରିବେ।

କନ୍ୟା: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ଓ ବିଭିନ୍ନ ସୂତ୍ରରୁ ପ୍ରବାହିତ ହେବ। ପତ୍ନୀ ଆଜ୍ଞାକାରିଣୀ ହେବେ। ଧାର୍ମିକ ହେବେ।

ତୁଳା: ଉଦାର ସ୍ବଭାବର ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରାରେ ବିପଦ ଅଛି। ଯାନବାହନ ସୁଖ ମିଳିବ।

ବିଛା: ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମାର୍ଜିତ ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିପାରେ।

ଧୁନ: ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବ୍ୟବସାୟ ଲାଭପ୍ରଦ ହେବ। କରୁଣା ସାଗର ହେବେ।

ମକର: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ଶକ୍ତିମାନ୍‌ ହୋଇପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ରଣ କ୍ଷେତ୍ରରେ ପାରଦର୍ଶିତା ପ୍ରତିପାଦନ କରିପାରନ୍ତି। ସାମାଜିକ କର୍ମୀ ହେବେ।

କୁମ୍ଭ: କର୍ମଚଞ୍ଚଳ ରହିବେ। ଥଣ୍ଡା, କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ଏକାନ୍ତ ସାଧନା ଫଳବତୀ ହେବ। ପରମ କଲ୍ୟାଣୀୟ ମାର୍ଗରେ ମାର୍ଗୀ ହୋଇପାରନ୍ତି। ସାହସୀ ଓ ଜ୍ଞାନୀ ହେବେ।

ମୀନ: ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭର ସୂଚନା ମିଳୁଛି। ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ରହିବ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories