www.samajalive.in
Sunday, December 7, 2025
26.1 C
Bhubaneswar

ଆସନ୍ତା କାଲିଠୁ ବିନା କୋଭିଡ଼ ରିପୋର୍ଟରେ ଶ୍ରୀଜଗନ୍ନାଥ ଦର୍ଶନ

ପୁରୀ : ଆସନ୍ତା କାଲିଠାରୁ ଭକ୍ତମାନେ ବିନା କୋଭିଡ଼ ରିପୋର୍ଟରେ ଶ୍ରୀମନ୍ଦିରକୁ ଯାଇ ଶ୍ରୀଜୀଉଙ୍କ ଦର୍ଶନ କରିପାରିପାରିବେ। ଏଥି ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଜିଲ୍ଲାପାଳ ସମର୍ଥ ବର୍ମା ବର୍ମା ବୁଧବାର ଭକ୍ତଙ୍କ ଦର୍ଶନ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଜିଲ୍ଲାପାଳଙ୍କ ସମତେ ପୁରୀ ଏଏସପି, ଡିଆଇଜି ସ୍ଥିତିର ସମୀକ୍ଷା କରି କିଭଳି ଦର୍ଶନ ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରାଯିବ ସେନେଇ ଆଲୋଚନା କରିଛନ୍ତି।
ପୁରୀ ବାସିନ୍ଦାଙ୍କ ପାଇଁ ସକାଳ ୬ଟାରୁ ୭ଟା ପର୍ଯ୍ୟନ୍ତ ସ୍ୱତନ୍ତ୍ର ଧାଡ଼ି ବ୍ୟବସ୍ଥା କରାଯାଇଛି। ସକାଳ ୭ଟା ପରେ ସାଧାରଣ ଭକ୍ତ ମାନେ ମନ୍ଦିରକୁ ଯାଇ ଶ୍ରୀଜୀଉ ମାନଙ୍କ ଦର୍ଶନ କରିପାରିବେ। ଏଥିଲାଗି ସେବାୟତଙ୍କ ସହ ପ୍ରଶାସନ ପକ୍ଷରୁ ଆଲୋଚନା ହୋଇଛି। ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଭକ୍ତଙ୍କ ପାଇଁ ବ୍ୟାରିକେଡ୍‍ ବ୍ୟବସ୍ଥା କରାଯାଇଛି। ଶ୍ରଦ୍ଧାଳୁମାନେ ଥର୍ମାଲ୍‍ ସ୍କ୍ରିନିଂ ଓ ସାନିଟାଇଜ୍‍ ହେବା ପରେ ସିଂହଦ୍ୱାର ଦେଇ ମନ୍ଦିରରେ ପ୍ରବେଶ କରିବେ। କୋଭିଡ଼ ର କୌଣସି ଲକ୍ଷଣ ପରିଲକ୍ଷିତ ହେଉଥିଲେ କିମ୍ବା ସ୍କ୍ରିନିଂରୁ ଯଦି ଜଣାପଡେ ତେବେ ତାଙ୍କୁ ମନ୍ଦିର ଭିତରକୁ ଛଡାଯିବ ନାହିଁ।

ସେହିପରି ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକ ମାନଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଶ୍ରଦ୍ଧାଳୁଙ୍କ ଭିଡ଼ ଏଡାଇବା ଓ ଶୃଙ୍ଖଳିତ ଦର୍ଶନକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।  ୨୬ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ସୁରକ୍ଷା ଦାୟୀତ୍ୱରେ ରହିବେ। ୨ ଜଣ ଅତିରିକ୍ତ ଏସପି, ୭ ଜଣ ଡିଏସପି ଓ ୨୦ ଜଣ ଇନ୍ସପେକ୍ଟର ଏହାର ତଦାରଖ କରିବେ।
ସୂଚନା ଯୋଗ୍ୟ, ପୂର୍ବରୁ ପ୍ରଶାସନ ପକ୍ଷରୁ ଦର୍ଶନ ପାଇଁ କୋଭିଡ଼ ନେଗେଟିଭ୍‍ ରିପୋର୍ଟକୁ ବାଧ୍ୟତାମୂଳକ କରାଯାଇଥିଲା। ଯାହାକୁ ନେଇ ଭକ୍ତଙ୍କ ମଧ୍ୟରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଥିଲା।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories