www.samajalive.in
Saturday, December 6, 2025
26.1 C
Bhubaneswar

ଏହି ଫଳ ଚମକାଇବ ତ୍ୱଚା

ସୁନ୍ଦର ଓ କୋମଳ ତ୍ୱଚା ସଭିଁଙ୍କ ଇଚ୍ଛା । ଏହି କାରଣରୁ ବିଭିନ୍ନ ପ୍ରକାରର କ୍ରିମ, ଫେସ ପ୍ୟାକ ଆଦିର ସଭିଏଁ ବ୍ୟବହାର କରିଥାଆନ୍ତି। ଏପରି କିଛି ଫଳ ରହିଛି ଯାହା ସ୍ୱାସ୍ଥ୍ୟ ପାଇଁ ହିତକାରକ ହେବା ସହ ତ୍ୱଚା ପାଇଁ ମଧ୍ୟ ଖୁବ ଲାଭଦାୟକ ଅଟେ। ଜାଣନ୍ତୁ..
ପାଚିଲା ଅମୃତଭଣ୍ଡା ଛୋଟ ଖଣ୍ଡରେ ଏକ ଚାମଚ ମହୁ ମିଶାଇ ଏକ ପେଷ୍ଟ ପ୍ରସ୍ତୁତ କରନ୍ତୁ। ଏହି ପେଷ୍ଟକୁ ମୁହଁରେ ଲଗାଇ ୩୦ ମିନିଟ ପର୍ୟ୍ୟନ୍ତ ରଖନ୍ତୁ। ପେଷ୍ଟଟି ମୁହଁରେ ଶୁଖିଗଲା ପରେ ଥଣ୍ଡା ପାଣିରେ ଧୋଇ ଦିଅନ୍ତୁ।
ଅଧା ଚାମଚ ଅମୃତଭଣ୍ଡା ରସରେ ଏକ ଚାମଚ ମହୁ ଓ ଅଧା ଚାମଚ ଲେମ୍ବୁ ରସକୁ ଭଲ ଭାବରେ ମିଶାନ୍ତୁ। ଏହାକୁ ତ୍ୱଚାରେ ପ୍ରଲୋପ କରନ୍ତୁ। ୧୫-୨୦ ମିନିଟ ପରେ ନଖ ଉଷୁମ ପାଣିକୁ ହାତରେ ନେଇ ଧୀରେ ଧୀରେ ମସାଜ କରନ୍ତୁ। ପ୍ରଲେପଟି ଛାଡିଗଲା ପରେ ଥଣ୍ଡା ପାଣିରେ ମୁହଁ ଧୋଇ ଦିଅନ୍ତୁ। ଏହାକୁ ସପ୍ତାହରେ ଥରେ ବ୍ୟବହାର କରନ୍ତୁ, ଫରକ ଜାଣିପାରିବେ।
ପାଚିଲା ଅମୃତଭଣ୍ଡା ଚୋପା ମୁହଁ ଭାଙ୍ଗ ଦୂର କରିବାରେ ସହାୟକ ହୋଇଥାଏ। ମୃତ କୋଷିକାକୁ ଦୂର କରିବା ସହ ମୁହଁରୁ ଭାଙ୍ଗ ଓ ଦାଗ ଦୂର କରିଥାଏ।
କଞ୍ଚା ଅମୃତଭଣ୍ଡାର ପେଷ୍ଟ ପ୍ରସ୍ତୁତ କରନ୍ତୁ। ଏହାକୁ ଆଖି ତଳେ ଚାରି କଡରେ ଲଗାଇ ୧୦ ମିନିଟ ଛାଡି ଦିଅନ୍ତୁ। ପରେ ପାପୁଲିରେ ଧୀରେ ଧୀରେ ଘସି ଉଷୁମ ପାଣିରେ ଏକ ତୁଳାକୁ ଭିଜାଇ, ସେଥିରେ ସଫା କରି ପୋଛି ଦିଅନ୍ତୁ।
ଏକ କପ ପାଚିଲା ଅମୃତଭଣ୍ଡାର ପେଷ୍ଟ ନିଅନ୍ତୁ, ସେଥିରେ ଏକ ଚାମଚ ମହୁ ଓ ହଳଦୀ ଗୁଣ୍ଡ ମିଶାଇ ଏକ ପ୍ରଲେପ କରି ମୁହଁରେ ଲଗାଇ ୨୦-୩୦ ମିନିଟ ପର୍ୟ୍ୟନ୍ତ ରଖନ୍ତୁ। ଶୁଖିଗଲା ପରେ ଥଣ୍ଡା ପାଣିରେ ଭଲ ଭାବରେ ମୁହଁ ଧୋଇ ଦିଅନ୍ତୁ।
ମୁହଁରୁ ବ୍ରଣ ଦୂର କରିବା ପାଇଁ ପାଚିଲା ଅମୃତଭଣ୍ଡାକୁ ଗ୍ରାଇଣ୍ଡ କରି ଏକ ପେଷ୍ଟ ତିଆରି କରନ୍ତୁ । ଏହାକୁ ମୁହଁରେ ମାକ୍ସ ଭଳି ଲଗାଇ ୧୫-୨୦ ମିନିଟ ରଖି ଥଣ୍ଡା ପାଣିରେ ଧୋଇ ଦିଅନ୍ତୁ। କିଛି ଦିନ ପରେ ଏହାର ଫରକ ଜାଣିପାରିବେ।
କ୍ଷୀରରେ ଆମ୍ବ ରସ ଓ କିଛି ଦଲିଆ , ବାଦାମକୁ ମିଶାନ୍ତୁ । ଏହି ମିଶ୍ରଣକୁ ମୁହଁରେ ଲଗାଇ କିଛି ସମୟ ରଖି ଧୋଇ ଦିଅନ୍ତୁ। ଏହାକୁ ସପ୍ତାହକୁ ଥରେ ଲଗାଇବା ଦ୍ୱାରା ଡ଼େଡ଼ ସ୍କିନ୍‍ ସମସ୍ୟା ଦୂର ହୋଇଥାଏ। ମୁହଁ କୋମଳ ହୋଇଥାଏ।
ଆମ୍ବ ରସ ଓ ମହୁକୁ ମିଶାଇ ଏହି ମିଶ୍ରଣକୁ ମୁହଁରେ ଲଗାନ୍ତୁ। ଏହାକୁ ୨୦ ମିନିଟ ପରେ ଧୋଇ ଦିଅନ୍ତୁ। ଏହାକୁ ସପ୍ତାହକୁ ଥରେ ଲଗାଇଲେ ମୁହଁ ଗୋରା ଓ ଚିକ୍କଣ ହୋଇଥାଏ।
ବେସନ, ମହୁ ଓ ଆମ୍ବ ରସକୁ ମୁହଁରେ ଲଗାଇ ୧୫ ମିନିଟ ରଖନ୍ତୁ। ଏହାପରେ ମୁହଁ ଧୋଇ ଦିଅନ୍ତୁ। ଏପରି କରିବା ଦ୍ୱାରା ମୁହଁ ଖୁବ ଉଜ୍ୱଳ ଓ ମୁହଁର ଦାଗ ଦୂର ହୋଇଥାଏ।

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories