www.samajalive.in
Tuesday, December 9, 2025
15.1 C
Bhubaneswar

ମସଲା ସୁଜି ଛଣା

ଆବଶ୍ୟକ ସାମଗ୍ରୀ
ଦହି – ଆବଶ୍ୟକ ପରିମାଣରେ
କଞ୍ଚାଲଙ୍କା – ୩ଟି
ଅଦା – ଅଳ୍ପ
କଟା ପିଆଜ – ୨ଟି
ସୁଜି – ୨କପ
କ୍ୟାପସିକମ – ୧ଟି
ଧନିଆ ପତ୍ର – ଅଳ୍ପ
ଲୁଣ – ଆବଶ୍ୟକ ପରିମାଣରେ
ଲଙ୍କା ଗୁଣ୍ଡ – ଅଳ୍ପ
ହଳଦୀ ଗୁଣ୍ଡ – ଅଳ୍ପ
ଜିରା ଗୁଣ୍ଡ – ଅଳ୍ପ
ଧନିଆ ଗୁଣ୍ଡ – ଅଳ୍ପ
ବେକିଙ୍ଗ ସୋଢା – ଅଳ୍ପ
ତେଲ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଏକ ପାତ୍ରରେ ସୁଜି, ଦହି, କଞ୍ଚା ଲଙ୍କା, ଅଦା, କଟା ପିଆଜ, କ୍ୟାପସିକମ, ଧନିଆପତ୍ର, ଅଳ୍ପ ପାଣି ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ଏହି ମିଶ୍ରଣକୁ ଅତ୍ୟଧିକ ଗାଢା ବା ପତଳା କରିବେ ନାହିଁ। ଏବେ ଏଥିରେ ଆବଶ୍ୟକ ପରିମାଣରେ ଲୁଣ, ଲଙ୍କା ଗୁଣ୍ଡ, ହଳଦୀ ଗୁଣ୍ଡ, ଜିରା ଗୁଣ୍ଡ, ଧନିଆ ଗୁଣ୍ଡ ଗୋଳାଇ ମିଶ୍ରଣକୁ ୧୦ ମିନିଟ ରଖି ଦିଅନ୍ତୁ। ୧୦ ମିନିଟ ପରେ ଏଥିରେ ବେକିଙ୍ଗ ସୋଢା ପକାଇ ଗୋଳାନ୍ତୁ। ଏହାପରେ ଗ୍ୟାସରେ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ମିଶ୍ରଣରୁ ପକୁଡ଼ି ଆକୃତିର କରି ଭଲ ଭାବେ ଛାଣି ଦିଅନ୍ତୁ। ଏବେ ଏହାକୁ ଏକ ପାତ୍ରକୁ କାଢି ସସ ସହ ଖାଆନ୍ତୁ ଓ ମଜା ନିଅନ୍ତୁ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories