www.samajalive.in
Tuesday, December 9, 2025
16.1 C
Bhubaneswar

ଏଫଟିଆଇଆଇ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଅନୁପମ ଖେର

ନୂଆଦିଲ୍ଲୀ : ପ୍ରଖ୍ୟାତ ଅଭିନେତା ଅନୁପମ ଖେର, ଭାରତୀୟ ଫିଲ୍ମ ଓ ଟେଲିଭିଜନ ପ୍ରତିଷ୍ଠାନ(ଏଫଟିଆଇଆଇ) ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି । ନିଜର ବ୍ୟସ୍ତ କାର୍ଯ୍ୟସୂଚୀ ଯୋଗୁଁ  ସେ ଇସ୍ତଫା ଦେଇଥିବା କହିଛନ୍ତି । ୨୦୧୭ ଅକ୍ଟୋବରରେ ଅନୁପମ ଖେରଙ୍କୁ  ଫିଲ୍ମ ଏବଂ ଟେଲିଭିଜନ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଥିଲା । ୨୦୧୫ରେ ନିଯୁକ୍ତି ପାଇଥିବା ଗଜେନ୍ଦ୍ର ଚୌହାନଙ୍କ ସ୍ଥାନରେ ତାଙ୍କୁ ନିଯୁକ୍ତି ଦିଆଯାଇଥିଲା ।ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧିନସ୍ଥ ଏଫଟିଆଇଆଇ ଅଧ୍ୟକ୍ଷଙ୍କ କାର୍ଯ୍ୟକାଳ ୩ ବର୍ଷ ହୋଇଥାଏ । କିନ୍ତୁ  ଅନୁପମ ଖେର ଏକ ବର୍ଷ ମଧ୍ୟରେ ହିଁ ଇସ୍ତଫା ଦେଇଛନ୍ତି ।

ଅନୁପମ ଖେର ବର୍ତ୍ତମାନ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଜୀବନ ଉପରେ ଆଧାରିତ ଚଳଚିତ୍ର ’ଦି ଆକ୍ସିଡେଣ୍ଟାଲ ପ୍ରାଇମ ମିନିଷ୍ଟର’ରେ ବ୍ୟସ୍ତ ଅଛନ୍ତି । ଚଳଚିତ୍ରର ସୁଟିଂ ଶେଷ ହୋଇ ଯାଇଛି । ସେ ଏଥିରେ ମନମୋହନ ସିଂହଙ୍କ ଭୂମିକାରେ ଅଭିନୟ କରିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories