ପଞ୍ଚଭୂତରେ ବିଲୀନ ହେଲେ ବରିଷ୍ଠ ସାହିତ୍ୟିକ ସାତକଡି ହୋତା
ପୁରୀ: ପଞ୍ଚଭୂତରେ ବିଲୀନ ହେଲେ ବରିଷ୍ଠ ସାହିତ୍ୟିକ ସାତକଡି ହୋତା । ପୁରୀ ସ୍ବର୍ଗଦ୍ବାରରେ ରାଷ୍ଟ୍ରୀୟ ମର୍ୟ୍ୟାଦାର ସହ ବରିଷ୍ଠ ସାହିତ୍ୟିକ ସାତକଡି ହୋତାଙ୍କ ଅନ୍ତେଷ୍ଟିକ୍ରିୟା ଶେଷ ହୋଇଛି । ବଡ଼ପୁଅ ସଂଜୀବ ହୋତା ଶବରେ ମୁଖାଗ୍ନି ଦେଇଥିଲେ । ଜିଲ୍ଲାପାଳ ବିଜୟ କୁମାର ଦାଶ, ଉପଜିଲ୍ଲାପାଳ ଗୋପୀନାଥ କୁଅଁର, ଅତିରିକ୍ତ ଏସପି ସୁଶିଲ କୁମାର ମିଶ୍ର, ବହୁ ବରିଷ୍ଠ ନାଗରିକ, ସାହିତ୍ୟିକ ଙ୍କ ସମେତ ଅନେକ ସାମ୍ବାଦିକ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ରବିବାର ଭୁବନେଶ୍ୱର ନୟାପଲ୍ଲୀ ସ୍ଥିତ ବାସଭବନରେ ୯୫ ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ କରଥିଲେ ସାତକଡି ହୋତା । ସେ ଓଡ଼ିଶା ସାହିତ୍ୟ ଏକାଡେମିର ପୂର୍ବତନ ସଭାପତି ଥିଲେ । ଦୈନିକ ସମ୍ବାଦପତ୍ର ସମୟର ସଂପାଦକ ମଧ୍ୟ ଥିଲେ।
Comments are closed.