www.samajalive.in
Saturday, December 6, 2025
16.1 C
Bhubaneswar

ଭାରସାମ୍ୟ ହରାଇ ଦୁର୍ଘଟଣା ହେଲା କାର୍‌; ଜଣେ ଗୁରୁତର, ୨ ଆହତ

ଜି ଉଦୟଗିରି: ରାଇପଦା ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାଲିଗୁଡ଼ାରୁ ବ୍ରହ୍ମପୁରକୁ ଯାଉଥିବା ଏକ କାର୍‌ ଭାରସାମ୍ୟ ହରାଇ ଦୁର୍ଘଟଣା ହେବା ଫଳରେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତର ମହିଳାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହି ଦୁର୍ଘଟଣାରେ ଅନ୍ୟ ୨ଜଣ ଆହତ ହୋଇଥିବା ମଧ୍ୟ ଜଣାପଡ଼ିଛି । ସୂଚନା ଅନୁସାରେ କାର୍‌ ନଂ ଓଡି ୦୨ବି ଟି୭୦୭୬ ବାଲିଗୁଡ଼ାରୁ ବ୍ରହ୍ମପୁର ଯାଉଥିଲା । ଯିବା ସମୟରେ ରାଇପଡ଼ା ଠାରେ ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା ।

ସେଥିରେ ଯାତ୍ରା କରୁଥିବା ମହିଳା ଆଶାରାଣୀ ପତି (୬୫)ଙ୍କ ମୁଣ୍ଡରେ ଗୁରୁତର ଭାବେ ଆଘାତ ଲାଗି ଥିବାବେଳେ ସଞ୍ଜିତାପତି (୪୫) ଓ ଶ୍ରୀୟାଂସୁ ପତି (୧୦) ଆହତ ହୋଇଥିବା ଜଣାପଡିଛି । ଘଟଣାସ୍ଥଳରେ ଆମ୍ବୁଲାନ୍ସ ଓ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ଆହତ ଓ ଗୁରୁତରଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି । ପୁଲିସ ଦୁର୍ଘଟଣାସ୍ଥଳରେ ପହଞ୍ଚି ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories