www.samajalive.in
Sunday, December 7, 2025
14.1 C
Bhubaneswar

ମାଲବୋଝେଇ ଟ୍ରକ୍ ଦୁର୍ଘଟଣା ଗ୍ରସ୍ତ ; ହେଲପର ମୃତ

ଜି ଉଦୟଗିରି: ଜି ଉଦୟଗିରି ଥାନା ଅନ୍ତର୍ଗତ କଳିଙ୍ଗା ଠାରୁ ତିନି କିମି ଦୂର ବୁଲାଣୀ ଠାରେ ବେଙ୍ଗାଲୁରୁରୁ ବ୍ରହ୍ମପୁର ଯାଉଥିବା ମାଲ ବୋଝେଇ ଟ୍ରକ ଆଗ ଚକା ଫାଟିଯିବା ଫଳରେ ଭାରସାମ୍ୟ ହରାଇ ଓଲଟି ପଡିଛି।ଏଥିରେ ହେଲପରଙ୍କ ମୃତ୍ୟୁ ଘଟିଥିବା ବେଳେ ଚାଳକ ଗୁରୁତର ହୋଇଛନ୍ତି ।
ଚାଳକ ଓ ହେଲପର ଉଭୟ ଷ୍ଟେରିଙ୍ଗ ଓ ଲୁହାଚଦର ତଳେ ଚାପି ହୋଇ ରହି ଯାଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀର ହାବିଲଦାର ଶିବରାମ ବିଶ୍ବାଳ ଓ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି କଟର ମେସିନରେ କାଟି ଉଭୟଙ୍କୁ ଉଦ୍ଧାର କରିଥଲେ। ହେଲପର୍ ଛୋଟୁ (୧୮)ଙ୍କ ଘଟଣାସ୍ଥଳରେ ମୁତ୍ୟୁ ଘଟିଥିବା ବେଳେ ଚାଳକ ଅଦନାନ୍ (୨୦)ଙ୍କୁ ଗୁରୁତର ଭାବେ ପ୍ରଥମେ ଆମ୍ବୁଲାନ୍ସ ଯୋଗେ ଜି ଉଦୟଗିରି ସ୍ୱାସ୍ଥ୍ୟ କେନ୍ଦ୍ରକୁ ଅଣାଯାଇ ପରେ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ତେବେ ଉଭୟ ଆନ୍ଧ୍ରର ବୋଲି ଜଣାପଡିଛି।

ଜି ଉଦୟଗିରି ପୁଲିସ ଏସ ଆଇ ଅନନ୍ତ ପ୍ରଧାନ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ଓ ଦୁର୍ଘଟଣାର ତଦନ୍ତ ଜାରି ରଖିଥିବା ନେଇ ସୂଚନା ପ୍ରଦାନ କରିଛନ୍ତି।

ଦେଖନ୍ତୁ ଭିଡିଓ; ୱାଶିଂମେସିନରେ ଫଣା ଟେକି ଥିଲା କଳା ନାଗ, ତା’ପରେ..

- Advertisement -

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories