www.samajalive.in
Saturday, December 6, 2025
16.1 C
Bhubaneswar

କଳିଙ୍ଗ ମହାବିଦ୍ୟାଳୟରେ ଦୁର୍ନୀତି ନିବାରଣ ସପ୍ତାହ ପାଳନ 

ଜି.ଉଦୟଗିରି: ଦୁର୍ନୀତି ସମୃଦ୍ଧ ରାଷ୍ଟ୍ର ଗଠନ କ୍ଷେତ୍ରରେ ପ୍ରତିବନ୍ଧକ ସାଜିଥାଏ। ଏକ ବିକଶିତ, ସୁସ୍ଥ ସମାଜ ଗଠନ ପାଇଁ ଦୁର୍ନୀତିର ମୂଳୋତ୍ପାଟନ କରିବା ଆବଶ୍ୟକ ବୋଲି କଳିଙ୍ଗ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଏବଂ ଯୁବ ରେଡକ୍ରସ୍ ଆନୁକୂଲ୍ୟରେ ଅଧ୍ୟକ୍ଷ ସୁଧାଂଶୁ ଶେଖର ମେହେରଙ୍କ ପୈାରୋହିତ୍ୟରେ ଆୟୋଜିତ ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଅତିଥିମାନେ ମତବ୍ୟକ୍ତ କରିଥିଲେ।
ଅଧ୍ୟକ୍ଷ ପ୍ରଫେସର ମେହେର କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିବା ବେଳେ ଯୁବ ରେଡକ୍ରସ୍ କାଉନସିଲର ଅଧ୍ୟାପକ ତପନ ଚନ୍ଦ୍ର ନାୟକ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ। ମୁଖ୍ୟବକ୍ତା ଭାବରେ ଅର୍ଥନୀତି ବିଭାଗ ମୁଖ୍ୟ ଅଧ୍ୟାପକ ବିନାୟକ ବିଶ୍ୱାଳ, ସମ୍ମାନିତ ଅତିଥି ରୂପେ ଜାତୀୟ ସେବା ଯୋଜନା ଜିଲା କାର୍ଯ୍ୟକ୍ରମ ଅଧିକାରୀ ଡଃ ନଳିନୀ କୁମାର ପାଣିଗ୍ରାହୀ ଯୋଗଦେଇଥିଲେ। ଦୁର୍ନୀତି ନିବାରଣ ପାଇଁ ଛାତ୍ରଛାତ୍ରୀମାନେ ଶପଥ ନେଇଥିଲେ। କାର୍ଯ୍ୟକ୍ରମ ଅଧିକାରୀ ଅଧ୍ୟାପକ ଗିରିଶ କୁମାର ମୁଠାମାଝି ଧନ୍ୟବାଦ ଅର୍ପଣ କରିଥିବା ବେଳେ ଅଧ୍ୟାପିକା ସରିତା ମିଶ୍ର, ଅଧ୍ୟାପିକା ପ୍ରଜ୍ଞା ପରମିତା ସାହୁ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Hot this week

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

Related Articles

Popular Categories