www.samajalive.in
Saturday, December 6, 2025
26.1 C
Bhubaneswar

ଜି.ଉଦୟଗିରି ବିଜ୍ଞାପିତ ଅଞ୍ଚଳରେ ପ୍ରଥମ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଜି.ଉଦୟଗିରି: ଜି.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦର ଅଞ୍ଚଳରେ କରୋନା ଆକ୍ରାନ୍ତ ହୋଇ ରିଙ୍କୁ ନାୟକଙ୍କ ପରଲୋକ ହୋଇଯାଇଥିବା ଜଣାପଡିଛି। ଜି. ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦର ୪ ନଂ ଓ୍ବାର୍ଡ ଶ୍ରୀରାମପଦା ସ୍ଥିତ ରିଙ୍କୁ ନାୟକଙ୍କର କରୋନା ପଜିଟିଭ ବାହାରିଥିଲା। ତାଙ୍କୁ ସ୍ଥାନୀୟ ସ୍ବାସ୍ଥ୍ୟ କେନ୍ଦ୍ର ତରଫରୁ କରୋନା ଔଷଧ ପ୍ରଦାନ କରାଯାଇଥିଲା। ଘରୋଇ ସଙ୍ଗରୋଧରେ ରହି ସେ ଚିକିତ୍ସିତ ହେଉଥିଲେ। ଆଜି ତାଙ୍କର ମୃତ୍ୟୁ ହୋଇଯାଇଥିବା ଜଣାପଡିଛି। ଖବର ପାଇ ବ୍ଳକ ପ୍ରଶାସନ ମୁଖ୍ୟ ବିଜୟ କୁମାର ପ୍ରଧାନ, ତହସିଲଦାର ଜନ୍ମେଜୟ ସାହୁ ଓ ପୋଲିସ ଉପସ୍ଥିତିରେ ପିପିଇ କିଟ୍ ପିନ୍ଧି ଶ୍ମଶାନରେ ରିଙ୍କୁ ନାୟକଙ୍କ କରିଥିଲେ। ଏହା ଜି.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦରେ ପ୍ରଥମ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ବୋଲି ଜଣାପଡ଼ିଛି।

Hot this week

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

Related Articles

Popular Categories