www.samajalive.in
Saturday, December 6, 2025
26.1 C
Bhubaneswar

ଜିଲ୍ଲା ଶିଳ୍ପ କେନ୍ଦ୍ର ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ

ଜି.ଉଦୟଗିରି: କନ୍ଧମାଳ ଜିଲ୍ଲା ଶିଳ୍ପ କେନ୍ଦ୍ର ପକ୍ଷରୁ ସୋମବାର ଏକ ସଚେତଧତା କାର୍ଯ୍ୟକ୍ରମ ଜି.ଉଦୟଗିରି ବ୍ୟବସାୟୀ ସଂଘ ସଭା ଗୃହରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସଚେତନତା କାର୍ଯ୍ୟକ୍ରମରେ ଜିଲ୍ଲା ଶିଳ୍ପ କେନ୍ଦ୍ରର ପରିଚାଳକ ଏମ.କେ.ସିଂ ଓ ସ୍ଥାନୀୟ ଆଇପିଓ ଅମିତ ପ୍ରଧାନ ଯୋଗଦେଇ ଜିଲ୍ଲା ଶିଳ୍ପ କେନ୍ଦ୍ରର ଭୂମିକା ବିଷୟରେ ଉପସ୍ଥିତ ଥିବା ବ୍ୟବସାୟୀମାନଙ୍କୁ କହିଥିଲେ। ଏହାସହ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଧରଣର ଉଦ୍ୟୋଗ ସ୍ଥାପନ କରିବାକୁ ବ୍ୟବସାୟୀମାନଙ୍କୁ ଆହ୍ବାନ କରିଥିଲେ। ସ୍ଥାପନ କରିବା ପାଇଁ ଆବଶ୍ୟକ ହେଉଥିବା କାଗଜପତ୍ର ସହ କିପରି ସହଜରେ ଆବେଦନ କରିପାରିବେ ସେ ସମ୍ପର୍କରେ ବ୍ୟବସାୟୀମାନଙ୍କୁ ବୁଝାଇଥିଲେ। ଆଗାମୀ ଦିନରେ ସ୍ଥାନୀୟ ବ୍ଳକରେ ହେବାକୁ ଥିବା ତାଲିମ ଶିବିରରେ ଆଗ୍ରହୀ ବ୍ୟବସାୟୀମାନେ ବହୁ ମାତ୍ରାରେ ଯୋଗଦେବାକୁ ଅନୁରୋଧ କରିଥିଲେ।

Hot this week

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

Related Articles

Popular Categories