www.samajalive.in
Friday, December 5, 2025
26.1 C
Bhubaneswar

ଭିଜିଲାନ୍ସ ଜାଲରେ ଫସିଲେ ଆରଆଇ

ସମାଜ ଡିଜିଟାଲ ଡେସ୍କ: ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଛନ୍ତି ଆରଆଇ। ଭଦ୍ରକ ଜିଲା ତିହିଡ଼ି ତହସିଲ ଅନ୍ତର୍ଗତ ଗଦି ରାଜସ୍ଵ ମଣ୍ଡଳର ରାଜସ୍ୱ ନିରୀକ୍ଷକ ଭାଗବତ ଖଟୁଆ ୫ ହଜାର ଟଙ୍କା ଲାଞ୍ଚ ନେଇ ଗୁରୁବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଜମିର କିସମ ପରିବର୍ତ୍ତନ କରିବା ନେଇ ଜଣେ ବ୍ୟକ୍ତିଙ୍କୁ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ଭାଗବତ। ଏନେଇ ବ୍ୟକ୍ତି ଜଣକ ଭିଜିଲାନ୍ସର ଦ୍ଵାରସ୍ଥ ହୋଇଥିଲେ। ଆଜି ସେହି ବ୍ୟକ୍ତିଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ପୂର୍ବ ଯୋଜନା ମୁତାବକ ମାଡ଼ି ବସିଥିଲା ଭିଜିଲାନ୍ସ। ଆରଆଇ ଭାଗବତ ଖଟୁଆଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରିବାସହ ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ତାଙ୍କ ଏକାଧିକ ଠିକଣାରେ ଭିଜିଲାନ୍ସ ଚଢାଉ କରିଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories