www.samajalive.in
Friday, December 5, 2025
26.1 C
Bhubaneswar

ଜଗନ୍ନାଥଙ୍କ ଭଜନ ଗାଇବା ବେଳେ ଟଳିପଡିଲେ ଏଡିଏମ୍

ପାରଳାଖେମୁଣ୍ଡି: ଏମିତି ବି ଆସେ ମୃତ୍ୟୁ । କେତେବେଳେ କେଉଁଠି କେଉଁ ପରିସ୍ଥିତିରେ ମୃତ୍ୟୁ ଘଟିବ, ତାହା କେହି କହିପାରିବେନାହିଁ। ଏମିତି କିଛି ଘଟଣା ଦେଖିବାକୁ ମିଳିଛି ପାରଳାଖେମୁଣ୍ଡିରେ। ଷ୍ଟେଜରେ ଗୀତ ଗାଉ ଗାଉ ଟଳି ପଡିଛନ୍ତି ଏଡିଏମ୍। ଜଗନ୍ନାଥଙ୍କ ଭଜନ ଗାଉଥିବାବେଳେ ତାଙ୍କ ଜୀବନ ଚାଲିଯାଇଥିଲା। ଭକତ ବିଦୁର ଶାଗ ଭଜା ଦେଇ ଗୀତ ଗାଉଥିବାବେଳେ ସେ ହଠାତ ଟଳିପଡ଼ିଥିଲେ ଗଜପତି ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ବୀରେନ୍ଦ୍ର ଦାସ । ବୁଧବାର ରାତିରେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମରେ ଗୀତ ଗାଉଥିଲେ ବୀରେନ୍ଦ୍ର। ହଠାତ୍ କୌଣସି କାରଣରୁ ତଳେ ପଡିଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ପାରଳାଖେମୁଣ୍ଡି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ ଏମକେସିଜି ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।

Hot this week

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

Related Articles

Popular Categories