www.samajalive.in
Monday, December 15, 2025
16.1 C
Bhubaneswar

ଅଦିନ ରଥଯାତ୍ରାକୁ ବାରଣ କରି ଚିଠି ଲେଖିଲେ ଗଜପତି, କହିଲେ ପ୍ରଚଳିତ ପରମ୍ପରାର ବିରୁଦ୍ଧାଚରଣ କରୁଛି

ପୁରୀ: ଆମେରିକାର ହ୍ୟୁଷ୍ଟନରେ ଇସ୍କନ ପକ୍ଷରୁ ଅଦିନ ସ୍ନାନ ଓ ରଥଯାତ୍ରା ପ୍ରସଙ୍ଗରେ ଇସ୍କନକୁ ଚିଠି ଲେଖି ବାରଣ କରିଛନ୍ତି ପୁରୀ ଗଜପତି ମହାରାଜ ଦିବ୍ୟସିଂହ ଦେବ। ହ୍ୟୁଷ୍ଟନ ମନ୍ଦିର କର୍ତ୍ତୃପକ୍ଷ ଓ ମାୟାପୁରୀ ମୁଖ୍ୟାଳୟ ଅଧ୍ୟକ୍ଷଙ୍କୁ ଚିଠି ଲେଖିଥିବା ଜଣାପଡ଼ିଛି। ପୁରୀ ଗଜପତି ମହାରାଜ ଦିବ୍ୟସିଂହ ଦେବ ଲେଖିଥିବା ଚିଠିରେ ଉଲ୍ଲେଖ କରିଛନ୍ତି ଯେ ଅଦିନ ରଥଯାତ୍ରା ପ୍ରଚଳିତ ପରମ୍ପରାର ବିରୁଦ୍ଧାଚରଣ କରୁଛି କହିଲେ। ଶ୍ରୀମନ୍ଦିର ପରମ୍ପରା ମୁତାବକ ରଥଯାତ୍ରା କରିବାକୁ ପୂର୍ବରୁ କୁହାଯାଇଛି। ଏ ନେଇ ଇସ୍କନ ସହ ଅନେକଥର ଆଲୋଚନା ହୋଇଛି। ବିଧି ଓ ପରମ୍ପରା ମୁତାବକ ରଥଯାତ୍ରା ପାଇଁ ରିଜୋଲ୍ୟୁସନ ବି ହୋଇଛି। ତେଣୁ ନଭେମ୍ବର ୯ରେ ଯୋଜନା ଥିବା ରଥଯାତ୍ରା ଆୟୋଜନ ବନ୍ଦ କରନ୍ତୁ। ନାଇଜେରିଆ ଇସ୍କନ ବି ନଭେମ୍ବର ୨୩ରେ ରଥଯାତ୍ରା ଯୋଜନା କରିଛି। ଏସବୁ ବନ୍ଦ କରନ୍ତୁ, କେବଳ ବିଧି ମୁତାବକ ସ୍ନାନ ଓ ରଥଯାତ୍ରା କରନ୍ତୁ।

ଚିଠିରେ ବଡ଼ ତାର୍ତିକ ପ୍ରଶ୍ନ ଉଠାଇ ଗଜପତି ଅଦିନରେ ଜନ୍ମାଷ୍ଟମୀ ପାଳନ କରାଯାଏ କି ବୋଲି ପ୍ରଶ୍ନ କରିଛନ୍ତି। ଯଦି ଜନ୍ମାଷ୍ଟମୀ ଗୋଟିଏ ଦିନରେ, ତେବେ ରଥଯାତ୍ରା କାହିଁକି ଭିନ୍ନ। କାହିଁକି ଭିନ୍ନ ଭିନ୍ନ ଦିନରେ ରଥଯାତ୍ରା ହେବ ବୋଲି ଗଜପତି ମହାରାଜ ଦିବ୍ୟସିଂହ ଦେବ ପ୍ରକାଶ କରିଛନ୍ତି।

Hot this week

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

Related Articles

Popular Categories