www.samajalive.in
Friday, December 5, 2025
20.1 C
Bhubaneswar

କାଜୁ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟଣା: ଗୁରୁତର ମାଲିକଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

ଗଜପତି: ଗଜପତି ଜିଲା ଗୋଷାଣି ବ୍ଲକ ଲାବଣ୍ୟଗଡ ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମରେ ଦୀପାବଳି ଦିନ ବିଳମ୍ବିତ ରାତ୍ରରେ ଘଟିଥିବା କାଜୁଫେକ୍ଟ୍ରି ପୋଡି ଘଟଣାରେ ଗୁରୁତର ହୋଇ ଚିକିତ୍ସିତ ହେଉଥିବା ମାଲିକଙ୍କ ମୃତ୍ୟୁ ଘଟିଛି । ରବିବାର ଦିନ ଫ୍ୟାକ୍ଟ୍ରିର ମାଲିକ ବି.ଭି. ଜଗନ୍ନାଧ ରାଓ ବିଶାଖାପାଟଣା ସ୍ଥିତ ଏକ ଘରୋଇ ଚିକିତ୍ସାଳୟରେ ଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ହୋଇଛି । ଘଟଣାରୁ ପ୍ରକାଶ ଯେ, ଗତ ଦୀପାବଳି ଦିନ ବିଳମ୍ବିତ ରାତ୍ରରେ ଜଗନ୍ନାଥପୁର ସ୍ଥିତ ଜଗନ୍ନାଥ କାଜୁ ଇଣ୍ଡଷ୍ଟ୍ରି ରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା । ଏହି ଅଗ୍ନିକାଣ୍ଡରେ ଲକ୍ଷଧିକ ଟଙ୍କାରୁ ଉର୍ଦ୍ଧ ସମ୍ପତି ପୋଡ଼ି ପାଉଁଶ ହୋଇଯାଇଥିଲା । ଅଗ୍ନିକାଣ୍ଡ ଖବର ପାଇ କାଜୁ ଫ୍ୟାକ୍ଟ୍ରିର ମାଲିକ ବି. ଭି. ଜଗନ୍ନାଧ ରାଓ ପହଞ୍ଚି ଫେକ୍ଟ୍ରିର ଫାଟକକୁ ହଠାତ ଖୋଲିଦେଇଥିଲେ । ଫଳରେ ନିଆଁ ଝାସ ବାଜି ଗୁରୁତର ଭାବେ ଆହତ ହୋଇଯାଇଥିଲେ ।

ତାଙ୍କୁ ତୁରନ୍ତ ଲୋକେ ସ୍ଥାନୀୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ ମଧ୍ୟ ଅବସ୍ଥା ସଙ୍କଟାପର୍ଣ୍ଣ ଥିବା ଯୋଗୁଁ ବିଶାଖାପାଟଣା ସ୍ଥିତ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ଚିକିତ୍ସିତ ଅବସ୍ଥାରେ ଗତକାଲି ତାଙ୍କର ମୃତ୍ୟ ଘଟିଥିଲା । ଆଜି ମୃତଦେହ ବ୍ୟବଚ୍ଛେଦ ପରେ ପରିବାରବର୍ଗକୁ ହସ୍ତାନ୍ତର କରାଯାଇଛି । ଏନେଇ ଗାରାବନ୍ଧ ଥାନାରେ ୭/୨୫ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଥିବାର ଥାନା ଅଧିକାରୀ ପ୍ରଶାନ୍ତ କୁମାର ନିସିକା ସୂଚନା ପ୍ରଦାନ କରିଛନ୍ତି ।

- Advertisement -

 

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories