www.samajalive.in
Monday, December 15, 2025
24.1 C
Bhubaneswar

ପୂର୍ବତନ ବିଧାୟକ ଭରତ ପାଇକଙ୍କ ପରଲୋକ

ଗଜପତି : ଗଜପତି ଜିଲାର ପୂର୍ବରୁ ଥିବା ରାମଗିରି ବିଧାନସଭା ତଥା ବର୍ତ୍ତମାନର ମୋହନା ବିଧାନସଭାର ପୂର୍ବତନ ବିଧାୟକ ଶ୍ରୀ ଭରତ ପାଇକଙ୍କ ଗତକାଲି ରାତ୍ରରେ ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ ​ହୋଇଥିଲା। ​ସେ କିଛି ଦିନ ପୂର୍ବରୁ ସ୍ବାସ୍ଥ୍ୟ ଜନିତ ସମସ୍ୟା ପାଇଁ ଆନ୍ଧ୍ରପ୍ରଦେଶର ଶିକାକୁଲମରେ ଥିବା କିମସ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସା ପରେ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥାରେ ଅବନତୀ ଘଟିଥିବା ଡ଼ାକ୍ତର କହିଥିଲେ। ପରେ ତାଙ୍କୁ ତାଙ୍କର ପାରଳାଖେମୁଣ୍ଡି ସ୍ଥିତ ବାସଭବନକୁ ଅଣାଯାଇଥିଲା। ସେଠାରେ ତାଙ୍କର ଦେହାନ୍ତ ହୋଇଥିଲା। ସ୍ୱର୍ଗତଃ ପାଇକ ଜଣେ ଦକ୍ଷ ରାଜନେତା ଭାବେ ବେଶ୍‍ ଜଣାଶୁଣା ଥିଲେ। ୨୦୦୪ ମସିହାରେ ସେ ରାମଗିରି ନିର୍ବାଚନ ମଣ୍ଡଳୀରୁ ବିଜେପି ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।

ଗଜପତି ଜିଲ୍ଲା ରାମଗିରି ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଜେପି ବିଧାୟକ ତଥା ସମାଜସେବୀ ଭରତ ପାଇକଙ୍କ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ଏବଂ ବିରୋଧୀ ଦଳ ନେତା ଶ୍ରୀ ପ୍ରଦୀପ୍ତ ନାଏକ ଗଭୀର ଶୋକ ପ୍ରକାଶ କରିବା ସହ ସ୍ୱର୍ଗତଃ ଆତ୍ମାର ସଦଗତି କାମନା କରିଛନ୍ତି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories