www.samajalive.in
Monday, December 15, 2025
15.1 C
Bhubaneswar

ରାଜ୍ୟ ଯୁବକଲ୍ୟାଣ ପରିଷଦ ଦ୍ବାରା ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତି ଦୂତ ଲାଲ୍ ବାହାଦୂର ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ବର: ରାଜ୍ୟ ଯୁବକଲ୍ୟାଣ ପରିଷଦ ଦ୍ବାରା ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତି ଦୂତ ଲାଲ୍ ବାହାଦୂର ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ ହୋଇ ଯାଇଛି। ଆଜି ଭୁବନେଶ୍ୱର ମଧୁସୂଦନ ମାର୍ଗ ସ୍ଥିତ ବିଜୁ ପଟ୍ଟନାୟକ ଯୁବକଲ୍ୟାଣ ଭବନରେ ଏହି ଉପଲକ୍ଷେ ଆୟୋଜିତ ଉତ୍ସବରେ ରାଜ୍ୟ ଯୁବ କଲ୍ୟାଣ ପରିଷଦର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ  ବିଜୟ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମହାତ୍ମା ଗାନ୍ଧୀ ଓ ଶାସ୍ତ୍ରୀଜୀଙ୍କ ଫୋଟୋଚିତ୍ରରେ ପୁଷ୍ପମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
ତାଙ୍କର ଅଭିଭାଷଣ ରେ ସେ ଭାରତର ସ୍ବାଧୀନତା ସଂଗ୍ରାମରେ ଗାନ୍ଧୀଜୀଙ୍କ ମହାନ୍ ଅବଦାନକୁ ମନେ ପକେଇବା ସହିତ ଶାସ୍ତ୍ରୀଜୀଙ୍କ ସରଳତା ଓ ସଚ୍ଚୋଟତା ତଥା ଏସିଆ ମହାଦେଶରେ ଶାନ୍ତି ସ୍ଥାପନ କରିବା ପାଇଁ ତାଙ୍କର ପ୍ରୟାସର ସ୍ମରଣ କରିଥିଲେ।

 

- Advertisement -

ଅହିଂସା କୁ ଭାରତୀୟ ସମ୍ବିଧାନର ମୁଖବନ୍ଧରେ ସ୍ଥାନିତ କରିବାକୁ ଆମର ପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଇଥିବା ପ୍ରସ୍ତାବକୁ ଭାରତ ସରକାର ଗ୍ରହଣ କଲେ ତାହା ଜାତିର ଜନକଙ୍କ ପ୍ରତି ପ୍ରକୃତ ଶ୍ରଦ୍ଧାଞ୍ଜଳି ହେବ ବୋଲି ସେ ମତବ୍ୟକ୍ତ କରି ଥିଲେ। ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ ତଥା ରାଜ୍ୟ ଯୁବକଲ୍ୟାଣ ପରିଷଦର ପଦାଧିକାରୀ ଓ କର୍ମଚାରୀ ବୃନ୍ଦ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories