www.samajalive.in
Monday, December 8, 2025
17.1 C
Bhubaneswar

ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ପାଳିତ

ପୁରୀ: ଜିଲ୍ଲା ସ୍ତରୀୟ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୧ ତମ ଏବଂ ପୂର୍ବତନ ପ୍ରଧାନମାନ୍ତ୍ରୀ ତଥା ଶାନ୍ତିଦୂତ ଲାଲ ବାହାଦୂର ଶାସ୍ତ୍ରୀଙ୍କ ୧୧୬ ତମ ଜୟନ୍ତୀ ଗାନ୍ଧୀଘାଟ ଠାରେ ପାଳିତ ହୋଇଛି । ଜିଲ୍ଲାପାଳ ବଲୱନ୍ତ ସିଂ ମୁଖ୍ୟଅତିଥି ଭାବେ ଯୋଗଦେଇ ଗାନ୍ଧୀ ଓ ଶାସ୍ତ୍ରୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ। କୋଭିଡ ନୀୟମ ଅନୁପାଳନ ପୂର୍ବକ ସାମାଜିକ ଦୂରତ୍ବ ରକ୍ଷା ଓ ମାସ୍କ ପରିଧାନ ସହ ଜୟନ୍ତୀ ପାଳିତ ହୋଇଛି। ସର୍ବୋଦୟ ମେଳା କମିଟିର ପ୍ରତିନିଧି ଶିବପ୍ରସାଦ ମିଶ୍ର ସର୍ବଧର୍ମ ପାର୍ଥନା ସଭା ପରିଚାଳନା କରିଥିଲେ। ଆଜି ପ୍ରତ୍ୟୁଷରେ ସହରରେ ଜିଲ୍ଲା ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟ ଦ୍ବାରା ଡାକବାଜି ଯନ୍ତ୍ର ମାଧ୍ୟମରେ ରାମଧୂନ ପରିବେଷଣ କରାଯାଇଥିଲା । ଏହି ଅବସରରେ ଉପସ୍ଥିତ ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ, ପୁରୀ ପୌରସଂସ୍ଥା ଅତିରିକ୍ତ କାର୍ୟ୍ୟ ନିର୍ବାହୀ ଅଧିକାରୀ ସରୋଜ କୁମାର ସ୍ବାଇଁ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଗୁରବୀର ସିଂ ପ୍ରମୁଖ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ ।

Hot this week

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

Related Articles

Popular Categories