www.samajalive.in
Saturday, December 6, 2025
26.1 C
Bhubaneswar

ପୁରୀ : ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ପାଳିତ 

ପୁରୀ : ଜିଲ୍ଲାସ୍ତରୀୟ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୧ ତମ ଏବଂ ପୂର୍ବତନ ପ୍ରଧାନମାନ୍ତ୍ରୀ ତଥା ଶାନ୍ତିଦୂତ ଲାଲ ବାହାଦୂର ଶାସ୍ତ୍ରୀଙ୍କ ୧୧୬ ତମ ଜୟନ୍ତୀ ଗାନ୍ଧୀଘାଟ ଠାରେ ପାଳିତ ହୋଇଛି । ଜିଲ୍ଲାପାଳ ବଲୱନ୍ତ ସିଂହ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଗାନ୍ଧୀ ଓ ଶାସ୍ତ୍ରୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ । କୋଭିଡ ନିୟମ ଅନୁପାଳନ ପୂର୍ବକ ସାମାଜିକ ଦୂରତ୍ବ ରକ୍ଷା ଓ ମାସ୍କ ପରିଧାନ ସହ ଜୟନ୍ତୀ ପାଳିତ ହୋଇଛି । ସର୍ବୋଦୟ ମେଳା କମିଟିର ପ୍ରତିନିଧି ଶିବପ୍ରସାଦ ମିଶ୍ର ସର୍ବଧର୍ମ ପାର୍ଥନା ସଭା ପରିଚାଳନା କରିଥିଲେ । ଆଜି ପ୍ରତ୍ୟୁଷରେ ସହରରେ ଜିଲ୍ଲା ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟ ଦ୍ବାରା ଡାକବାଜି ଯନ୍ତ୍ର ମାଧ୍ୟମରେ ରାମଧୂନ ପରିବେଷଣ କରାଯାଇଥିଲା । ଏହି ଅବସରରେ ଉପସ୍ଥିତ ଉପ ଜିଲ୍ଲାପାଳ ଭବତାରଣ ସାହୁ, ପୁରୀ ପୌରସଂସ୍ଥା ଅତିରିକ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀ ସରୋଜ କୁମାର ସ୍ବାଇଁ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଗୁରବୀର ସିଂହ ପ୍ରମୁଖ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories