www.samajalive.in
Thursday, November 13, 2025
25.1 C
Bhubaneswar

ଗାନ୍ଧୀ ଜୟନ୍ତୀରେ ସଂକଳ୍ପ, ଗୋପବନ୍ଧୁ ଜୟନ୍ତୀରୁ ପଦଯାତ୍ରା

ଭୁବନେଶ୍ବର : ପ୍ରତିବର୍ଷ ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀରୁ ବିଜେଡିର ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଥାଏ। ହେଲେ ଚଳିତଥର ଏଥିରେ ପରିବର୍ତ୍ତନ କରାଯାଇଛି। ଏବର୍ଷ ଅକ୍ଟୋବର ୨ରେ ଦଶହରା ପଡ଼ୁଥିବାରୁ ଅକ୍ଟୋବର ୯ ତାରିଖ ଗୋପବନ୍ଧୁ ଜୟନ୍ତୀରୁ ନଭେମ୍ବର ୯ ପର୍ଯ୍ୟନ୍ତ ଏକମାସ ଧରି ବିଜେଡିର ପଦଯାତ୍ରା ଅନୁଷ୍ଠିତ ହେବ।

୨ ତାରିଖରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ବିଜେଡି ତରଫରୁ ଜନସମ୍ପର୍କ ପଦଯାତ୍ରା ପାଇଁ ସଂକଳ୍ପ ନିଆଯିବ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଜନସାଧାରଣଙ୍କ ସହିତ ସମ୍ପର୍କ ସ୍ଥାପନ ସହିତ ଗତ ୧୫ ମାସର ବିଜେପି ସରକାରଙ୍କ ବିଫଳତାକୁ ରାଜ୍ୟବାସୀଙ୍କ ପାଖରେ ପହଞ୍ଚାଯିବ ବୋଲି ଦଳ ପକ୍ଷରୁ କୁହାଯାଇଛି।
ଶଙ୍ଖ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ ମିଶ୍ର ଓ ପ୍ରମିଳା ମଲ୍ଲିକ ପଦଯାତ୍ରା କାର୍ଯ୍ୟକ୍ରମ ବିଷୟରେ ସୂଚନା ଦେଇଥିଲେ। ଶ୍ରୀ ମିଶ୍ର କହିଥିଲେ, ଗାନ୍ଧୀ ଜୟନ୍ତୀ ଦିନ ଜନସମ୍ପର୍କ ପଦଯାତ୍ରା କାର୍ଯ୍ୟକ୍ରମ ପାଇଁ ରାଜ୍ୟର ସମସ୍ତ ନିର୍ବାଚନ ମଣ୍ଡଳୀରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହିତ ପଦଯାତ୍ରା ପାଇଁ ସଂକଳ୍ପ ନିଆଯିବ। ଏହାପରେ ଅକ୍ଟୋବର ୯ ତାରିଖ ଗୋପବନ୍ଧୁ ଜୟନ୍ତୀରୁ ପଦଯାତ୍ରା କାର୍ଯ୍ୟକ୍ରମ ଆରମ୍ଭ ହୋଇ ନଭେମ୍ବର ୯ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଶ୍ରୀମତୀ ମଲ୍ଲିକ କହିଥିଲେ, ବିଜେପି ଅନେକ ମିଥ୍ୟା ପ୍ରତିଶ୍ରୁତି ଦେଇ କ୍ଷମତାକୁ ଆସିଛି।

- Advertisement -

ଗତ ୧୫ ମାସର ବିଜେପି ଶାସନରେ ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇପଡ଼ିଛି। ଆୟୁଷ୍ମାନ ଯୋଜନା ଆସିବା ପରେ ଲୋକେ ସ୍ୱାସ୍ଥ୍ୟସେବା ପାଇବା ପାଇଁ ହନ୍ତସନ୍ତ ହେଉଛନ୍ତି। ମଦମୁକ୍ତ ଓ ନିଶାମୁକ୍ତ ଓଡ଼ିଶା ଗଠନ ପାଇଁ ପ୍ରତିଶ୍ରୁତି ଦେଇଥିବା ବେଳେ ବିଜେପି ସରକାର ଏବେ ୭୦ଟି ମଦ ଦୋକାନ ଓ ଦୁଇଟି ମଦ କାରଖାନା ଖୋଲୁଛନ୍ତି। ସାର ଅଭାବରୁ ରାଜ୍ୟରେ ଚାଷୀ ହନ୍ତସନ୍ତ ହେଉଛନ୍ତି। ପଞ୍ଚାୟତ ସ୍ତରରେ ନିର୍ବାଚିତ ପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ କରି ସରକାର ଗଣତନ୍ତ୍ରକୁ ହତ୍ୟା କରିଛନ୍ତି। ଏହିସବୁ ପ୍ରସଙ୍ଗକୁ ନେଇ ବିଜେଡି ରାଜ୍ୟର ବିଜେପି ସରକାରକୁ ପଦଯାତ୍ରା ମାଧ୍ୟମରେ ଘେରିବ ବୋଲି ସେ କହିଛନ୍ତି।

Hot this week

ସମ୍ପାଦକୀୟ : ଓଡ଼ିଶାରେ ମାଣ୍ଡିଆ ଗ୍ରାମ

ପାହାଡ଼ ଗାଁରେ ମାଣ୍ଡିଆ ଚାଷ, ସୂରୁଯ ଉଇଁଲେ ଆସଇ ହସ। ଏ...

ସମ୍ପାଦକୀୟ : ପାକିସ୍ତାନୀ ମିଛ , ପୁରୁଣା ଅଭ୍ୟାସର ପୁନରାବୃତ୍ତି

ନିକଟରେ ଦିଲ୍ଲୀର ଲାଲକିଲା ପାଖରେ ହୋଇଥିବା ବିସ୍ଫୋରଣର ଠିକ୍ ପରେ ପରେ...

ସମ୍ପାଦକୀୟ : ଆତଙ୍କବାଦୀ ଓ ତାଙ୍କ ସମର୍ଥକଙ୍କୁ କଠୋର ଦଣ୍ଡ ଦିଆଯାଉ

ଆତଙ୍କବାଦୀ ଏବଂ ଆତଙ୍କବାଦକୁ ପ୍ରୋତ୍ସାହିତ କରୁଥିବା ଲୋକଙ୍କ ବିରୋଧରେ ଆମର ସୁରକ୍ଷା...

ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌ ଅଫିସର ମୁଖ୍ୟ ପରୀକ୍ଷା ବାତିଲ

ଏଏସ୍‌ଓ ମୁଖ୍ୟ ପରୀକ୍ଷା ବାତିଲ କଟକ, ୧୨ା୧୧ (ନି.ପ୍ର): ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌...

Related Articles

Popular Categories