www.samajalive.in
Saturday, December 6, 2025
16.1 C
Bhubaneswar

ଆଜି ପବିତ୍ର ଗଣେଶ ଚତୁର୍ଥୀ ; ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ, ରାଜ୍ୟପାଳ ,ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ / ଭୁବନେଶ୍ୱର : ଆଜି ପବିତ୍ର ଗଣେଶ ଚତୁର୍ଥୀ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ,ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି।


ରାଷ୍ଟ୍ରପତି ଟ୍ୱିଟ ଯୋଗେ କହିଛନ୍ତି,ଗଣପତି ବାପ୍ପା ମୋର୍‍ ୟା । ଗଣେଶ ଚତୁର୍ଥୀର ଶୁଭ ଅବସରରେ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭକାମନା। କୋଭିଡ-୧୯ ବିରୋଧରେ ଆମେ ଚଲାଇଥିବା ଉଦ୍ୟମକୁ ବିଘ୍ନହର୍ତା ଗଣେଶ ସଫଳ କରନ୍ତୁ। ସମସ୍ତଙ୍କୁ ସୁଖ ଏବଂ ଶାନ୍ତି ପ୍ରଦାନ କରନ୍ତୁ। ଆସନ୍ତୁ ଆମେ ସମସ୍ତେ କୋଭିଡ-ଅନୁକୂଳ ଆଚରଣ ସହ ଏହି ଉତ୍ସବ ପାଳନ କରିବା ବୋଲି ଟ୍ୱିଟରେ କହିଛନ୍ତି।

- Advertisement -


ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇ କହିଛନ୍ତି,ଗଣେଶ ଚତୁର୍ଥୀ ପାଇଁ ଆପଣମାନଙ୍କୁ ଶୁଭେଚ୍ଛା। ଏହି ପବିତ୍ର ଉତ୍ସବ ପ୍ରତ୍ୟେକଙ୍କ ଜୀବନରେ ସୁଖ,ଶାନ୍ତି,ସମୃଦ୍ଧି ଏବଂ ସୁସ୍ୱାସ୍ଥ୍ୟ ଆଣୁ। ଗଣପତି ବାପ୍ପା ମୋର୍‍ୟା।


ସେହିପରି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଗଣେଶ ପୂଜା ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଭୁଙ୍କ କୃପାରୁ ସମସ୍ତଙ୍କ ଜୀବନ ନିରାମୟ ହେଉ ବୋଲି ବିଘ୍ନହର୍ତ୍ତାଙ୍କ ନିକଟରେ ରାଜ୍ୟପାଳ ପ୍ରାର୍ଥନା କରିଛନ୍ତି।


ସେହିପରି ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଟ୍ୱିଟ ଯୋଗେ ଗଣେଶ ଚତୁର୍ଥୀର ଶୁଭେଚ୍ଛା ଜଣାଇଛନ୍ତି। ପ୍ରଭୁ ଗଣେଶଙ୍କ ଆଶୀର୍ବାଦରେ ସମସ୍ତଙ୍କ ଜୀବନ ମଙ୍ଗଳମୟ ହେଉ ବୋଲି ଲେଖିଛନ୍ତି।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories