www.samajalive.in
Friday, December 12, 2025
26.1 C
Bhubaneswar

ଗାଙ୍ଗପୁର ଆଇଆଇସି ମୃତ୍ୟୁ ଘଟଣା : ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ମାମଲା

କଟକ : ସର୍ଭିସ୍ ପିସ୍ତଲରୁ ଗୁଳି ଫୁଟି ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ପୁଲିସ ଅଧିକାରୀ ଦେବ କୁମାର ଗମାଙ୍ଗଙ୍କ ମୃତ୍ୟୁ ଘଟଣାକୁ ନେଇ ଉଚ୍ଚ ନ୍ୟାୟାଳୟରେ ମାମଲା ରୁଜୁ ହୋଇଛି। ଉକ୍ତ ଘଟଣାର ସିବିଆଇ ତଦନ୍ତ ପ୍ରାର୍ଥନା କରି ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ ହୋଇଛି। ଭାରତୀୟ ବିକାଶ ପରିଷଦ ପକ୍ଷରୁ ଏହି ଜନସ୍ୱାର୍ଥ ମାମଲା ରୁଜୁ କରାଯାଇଛି। ତେବେ ଅଭିଯୋଗ ଆସିଥିବା ୨ ପୁଲିସ କର୍ମଚାରୀଙ୍କ ପଲିଗ୍ରାଫ୍ ଟେଷ୍ଟ କରାଯିବାକୁ ଆବେଦନରେ ପ୍ରାର୍ଥନା କରାଯାଇ ଥିବାବେଳେ ଏହି ମାମଲାରେ ଭଞ୍ଜନଗର ଏସ୍‌ଡିପିଓ ଓ ଆଇଆଇସିଙ୍କ ସମେତ ୭ ଜଣଙ୍କୁ ପକ୍ଷଭୁକ୍ତ କରାଯାଇଛି।

ସୂଚନାଯୋଗ୍ୟ ମାର୍ଚ୍ଚ ୨୫ ତାରିଖରେ ଗାଙ୍ଗପୁର ଥାନା ଆଇଆଇସି ଦେବ କୁମାର ଗମାଙ୍ଗଙ୍କ ମୃତ୍ୟୁ ଘଟିଥିଲା। ନିଜ ସର୍ଭିସ୍ ପିସ୍ତଲରୁ ଗୁଳି ଫୁଟି ଦେବ ଗମାଙ୍ଗ ମୃତ୍ୟୁ ହୋଇଥିବା କୁହାଯାଇଥିଲା। ସେହି ସମୟରେ ତାଙ୍କ ସରକାରୀ କ୍ୱାଟର୍ସରେ ଭଞ୍ଜନଗର ଏସ୍‌ଡିପିଓ ଓ ଆଇଆଇସି ଉପସ୍ଥିତ ଥିବା ମୃତ ଦେବ ଗମାଙ୍ଗଙ୍କ ମା’ ସୂଚନା ଦେଇଥିଲେ। ତେବେ କେମିତି ଗୁଳି ଫୁଟିଲା ସେନେଇ ଏଯାଏ କିଛି ସ୍ପଷ୍ଟ ହୋଇନାହିଁ। ଉକ୍ତ ଘଟଣାର ସିବିଆଇ ତଦନ୍ତ କରାଗଲେ ସତ୍ୟାସତ୍ୟ ଘଟଣା ସାମନାକୁ ଆସିବ ବୋଲି ଦର୍ଶଯାଇଛି।

Hot this week

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ...

Related Articles

Popular Categories