www.samajalive.in
Friday, December 5, 2025
23.1 C
Bhubaneswar

ଘରକୁ ଫେରିଲେ ଗାଙ୍ଗୁଲି

ନୂଆଦିଲ୍ଲୀ: ୨ୟ ଥର ଆଞ୍ଜିଓପ୍ଲାଷ୍ଟି ହେବା ପରେ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ବିସିସିଆଇ ଅଧ୍ୟକ୍ଷ ତଥା ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି। ସେ ଏବେ ସୁସ୍ଥ ଥିବା ଡାକ୍ତର କହିଛନ୍ତି। ଛାତିରେ ଯନ୍ତ୍ରଣା ହେବାରୁ ଗତ ୨୭ ତାରିଖରେ ତାଙ୍କୁ ଚିକିତ୍ସା ପାଇଁ କଲକାତାର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

ତ୍ରିପୁଲ ଭେସେଲ ରୋଗରେ ପୀଡିତ ଥିବା ଗାଙ୍ଗୁଲିଙ୍କର ୨ୟ ଥର ଆଞ୍ଜିଓପ୍ଲାଷ୍ଟି ହୋଇଛି। ଏହା ପୂର୍ବରୁ ମଧ୍ୟ ଛାତିରେ ଯନ୍ତ୍ରଣା ହେବାରୁ ଗାଙ୍ଗୁଲିଙ୍କୁ ଉଡ୍‌ସଲାଣ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ଜିମ୍‌ରେ ବ୍ୟାୟାମ କରୁଥିବାବେଳେ ହୃଦ୍‌ଘାତ ହେବାରୁ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା। ପରୀକ୍ଷା ପରେ ୩ଟି ଧମନୀରେ ବ୍ଲକେଜ ସୃଷ୍ଟି ହୋଇଥିବା ଜଣାପଡ଼ିଥିଲା।

- Advertisement -

ଗୋଟିଏ ଧମନୀରେ ୯୦% ବ୍ଲକେଜ ହୋଇଯାଇଥିବାରୁ ତାହା ଆଞ୍ଜିଓପ୍ଲାଷ୍ଟି ହୋଇଥିଲା। ପରେ ସେ ଘରକୁ ଫେରିଥିଲେ। କିନ୍ତୁ ଗତ ୨୭ ତାରିଖରେ ପୁଣି ଥରେ ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା, ଯେଉଁଠି ଅନ୍ୟ ୨ଟି ଧମନୀରେ ଆଞ୍ଜିଓପ୍ଲାଷ୍ଟି କରାଯାଇଥିଲା। ୨ଟି ଷ୍ଟେଣ୍ଟ ଲଗାଯାଇଥିଲା। ହସ୍ପିଟାଲରେ ୪ଦିନ ଧରି ଡାକ୍ତରଙ୍କ ଦେଖାରଖାରେ ଚିକିତ୍ସା ହେବା ପରେ ଆଜି ସେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories