www.samajalive.in
Saturday, December 6, 2025
16.1 C
Bhubaneswar

କାର ସହ ଗଞ୍ଜେଇ ଜବତ, ଜଣେ ଗିରଫ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡା ବ୍ଲକ କୋଡିଙ୍ଗା ଥାନା ଅନ୍ତର୍ଗତ ଡେଙ୍ଗାଗୁଡା ନିକଟରେ ପୁଲିସ ଏକ କାରରୁ ୫୦. ୭ କେଜି ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ଏହାସହିତ ଉକ୍ତ ବ୍ୟକ୍ତି ବ୍ୟବହାର କରୁଥିବା ମୋବାଇଲ ଫୋନକୁ ମଧ୍ୟ ଜବତ କରାଯାଇଛି। ଗିରଫ ବ୍ୟକ୍ତି ଜଣକ କୋରାପୁଟ ଜିଲ୍ଲା ଫଟାଙ୍ଗି ଥାନା ପଣ୍ଡେଇ ଗ୍ରାମର ଇରିଆ ଅଡକାଡିଆ(୨୮) ବୋଲି ଜଣା ପଡ଼ିଛି। କୋଡିଙ୍ଗା ପୁଲିସ ଏନେଇ କେସ ନମ୍ବର ୨୩/୨୧ଅନୁଯାୟୀ ଏକ ମାମଲା ରୁଜୁ କରାଯାଇଛି। ଗଞ୍ଜେଇ ଜବତ ସମୟରେ ପାପଡାହାଣ୍ଡି ଏସଡିପିଓ ଆଦିତ୍ୟ ସେନ, କୋଡିଙ୍ଗା ଥାନା ଅଧିକାରୀ ସରିତା ମହାପାତ୍ର, ଏସ୍ଆଇ, ଦେବଦତ୍ତ ମଲିକ, କନେଷ୍ଟବଲ, ଦିଲ୍ଲୀପ କୁମାର ମାଝୀ, ଗୃହରକ୍ଷୀ, ଦିରେନ ନାୟକ, ପି ପ୍ରସାଦ ଦୋରା ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

Related Articles

Popular Categories