www.samajalive.in
Friday, December 5, 2025
20.1 C
Bhubaneswar

୩୨ କିଲୋ ଗଞ୍ଜେଇ ଜବତ, ଜଣେ ଗିରଫ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଳକର ଗୋଛାପଡା ପୁଲିସ ପୁଣି ଜଣେ ଗଞ୍ଜେଇ ମାଫିଆକୁ ଗିରଫ କରିବା ସହ ତାଠାରୁ ଏକ ବାଇକ ଓ ୩୨ କିଲୋ ଗଞ୍ଜେଇ ଜବତ କରାଯାଇଛି। କୌଣସି ସୂତ୍ରରୁ ଖବର ପାଇ ଗୋଛାପଡା ଥାନା ଅଧିକାରୀ ତୃପ୍ତିରଞ୍ଜନ ନାୟକଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଟିମ ଗୋଛାପଡା ଥାନା ତାମ୍ବିସୁଖା ସୁନାମୁଦି ପୋଲ ପାଖରେ ବୁଧବାର ବିଳମ୍ବିତ ରାତ୍ରରେ ଏହି ଗଞ୍ଜେଇ ମାଫିଆକୁ ଗାଡି ଓ ଗଞ୍ଜେଇ ସହ ଗିରଫ କରିଛନ୍ତି। ଗିରଫ ଗଞ୍ଜେଇ ମାଫିଆ ଜଣକ ଗୋଛାପଡା ଥାନା ଅନ୍ତର୍ଗତ ସଲାଗୁଡ଼ା ଗ୍ରାମର ମଦନ ଦିଗାଳ। ଏହି ସକ୍ରାନ୍ତରେ ପୁଲିସ ୯୦ା୨୦ରେ ଏକ ମାମାଲା ରୁଜୁ କରି ସମ୍ପୃକ୍ତ ଗଞ୍ଜେଇ ମାଫିଆକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଥାନା ଅଧିକାରୀ ଶ୍ରୀ ନାୟକ ସୂଚନା ଦେଇଛନ୍ତି।

 

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories