www.samajalive.in
Saturday, December 13, 2025
26.1 C
Bhubaneswar

ଗଞ୍ଜେଇ ସହ ବୋଲେରୋ ଜବତ; ଜଣେ ଗିରଫ

ମ.ରାମପୁର: କଳାହାଣ୍ଡି ଜିଲ୍ଲା ମ.ରାମପୁର ନିକଟସ୍ଥ ଅଏଁଲାପାଲି ଛକରେ ମ.ରାମପୁର ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ଚୋରା ଚାଲାଣ ହେଉଥିବା ଗଞ୍ଜେଇ ଜବତ କରାଯାଇଛି। ଏହି ଘଟଣାରେ ଜଣଙ୍କୁ ଗିରଫ କରାଯିବା ସହ ଚୋରା ଚାଲାଣରେ ବ୍ୟବହୃତ ବୋଲେରୋ ଗାଡ଼ିକୁ ଜବତ କରାଯାଇଛି।

ସୂଚନା ଅନୁସାରେ, କନ୍ଧମାଳ ଜିଲ୍ଲାରୁ ଝାଡ଼ଖଣ୍ଡ ରାଜ୍ୟକୁ ଏକ ବୋଲେରୋ ଗାଡ଼ିରେ ଗଞ୍ଜେଇ ଚୋରା ଚାଲାଣ ବେଳେ ଅଏଁଲାପାଲି ଛକରେ ମ.ରାମପୁର ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଚଢ଼ାଉ ବେଳେ ବୋଲେରୋରୁ ୬୦କିଲୋ ଗଞ୍ଜେଇ, ବୋଲେରୋ ଗାଡ଼ିକୁ ଜବତ କରିବା ସହ ଜଣକୁ ଗିରଫ କରିଛି ଅବକାରୀ ବିଭାଗ। ଗିରଫ ଜଣକ ହେଲେ ଝାଡଖଣ୍ଡ ଅଞ୍ଚଳର ପଙ୍କଜ ସାହୁ। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୬ଲକ୍ଷ ଟଙ୍କା ହେବ ବୋଲି ଅବକାରୀ ସବଇନ୍ସପେକ୍ଟର ଦେବାଶିଷ ସିର୍ଦ୍ଦାର ସୂଚନା ଦେଇଛନ୍ତି। ଏହି ଚଢ଼ାଉରେ ଅବକାରୀ ରେଞ୍ଜ ଇନ୍ସପେକ୍ଟର ସୁଶାନ୍ତ ପ୍ରଧାନ, ସବଇନ୍ସପେକ୍ଟର ଦେବାଶିଷ ସିର୍ଦ୍ଦାର, ମାନସ ରଂଜନ ବିଶି, ସିଆରି ହରିଜନ, ସିମାଞ୍ଚଳ ମାଝୀ, ତପସ୍ଵିନୀ ଧଙ୍ଗଡା ମାଝି ପ୍ରମୁଖ ସାମିଲ ଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories