www.samajalive.in
Friday, December 5, 2025
26.1 C
Bhubaneswar

ଫଳ ବୋଝେଇ ଟ୍ରକରୁ ଚୋରା ଗଞ୍ଜେଇ, ୩ ଗିରଫ

ଭୁବନେଶ୍ଵର: ଥମୁନି ଗଞ୍ଜେଇ ଚୋରା ଚାଲାଣ। ତାହା ପୁଣି ଅଭିନବ ଉପାୟ। ଏଭଳି କିଛି ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ଵରରେ । ଏକ ଫଳ ବୋଝେଇ ଟ୍ରକରୁ ମିଳିଛି ଚୋରା ଗଞ୍ଜେଇ । ଆନ୍ଧ୍ର ପ୍ରଦେଶରୁ ଏକ ଟ୍ରକ ଫଳ ବୋଝେଇ କରି ଭୁବନେଶରକୁ ଆସୁଥିବାବେଳେ ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ ୮୦୮ କିଲୋରୁ ଅଧିକ ଗଞ୍ଜେଇ ଜବତ କରିଛି। ଜବତ ଗଞ୍ଜେଇର ମୂଲ୍ୟ ୧ କୋଟି ୬୨ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ରବିବାର ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟର କର୍ମଚାରୀମାନେ କୌଣସି ବିଶେଷ ସୂତ୍ରରୁ ଖବର ପାଇ ଆନ୍ଧ୍ରପ୍ରଦେଶ-ଓଡ଼ିଶା ସୀମାନ୍ତରେ ଛକି ରହିଥିଲେ। ଏହି ସମୟରେ ଫଳ ବୋଝେଇ ଟ୍ରକଟି ସେହି ରାସ୍ତା ଦେଇ ଯାଇଥିଲା। ଏକ କାର୍‌ ତାକୁ ଏସ୍କର୍ଟ ଦେଇ ଆଣୁଥିଲା। ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟର କର୍ମଚାରୀମାନେ ଗଞ୍ଜେଇ ଭର୍ତ୍ତି ଟ୍ରକ୍ ଓ କାର୍‌କୁ ଅଟକାଇବା ପାଇଁ ଚେଷ୍ଟା କରିଥିଲେ। ହେଲେ ସେମାନେ ଡିଆରଆଇର କର୍ମଚାରୀଙ୍କୁ ଦେଖି ଦ୍ରୁତ ଗତିରେ ଗାଡ଼ି ଚଲାଇଥିଲେ। ପରେ ପିଛା କରି ଫଳ ବୋଝେଇ ଟ୍ରକ ଟିକୁ ଜବତ କରି ସେଥିରୁ ଗଞ୍ଜେଇ ଜବତ କରାଯାଇଥିଲା। ଡିଆରଆଇ ପକ୍ଷରୁ ଘଟଣାର ଅଧିକ ତଦନ୍ତ କରାଯାଉଥିବାବେଳେ ୩ ଜଣଙ୍କୁ ଗିରଫ କରାଯାଇଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories