www.samajalive.in
Friday, December 5, 2025
23.1 C
Bhubaneswar

ଦେଢ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ବେପାରୀ ଗିରଫ

ବାଣପୁର : ବାଲୁଗାଁ ଅବକାରୀ ବିଭାଗ ପକ୍ଷରୁ ଗାଁରେ ଚଢାଉ କରାଯାଇ ୧୪ କିଲୋଗ୍ରାମ ଗଞ୍ଜେଇ ଜବତ କରାଯିବା ସହ ବେପାରୀକୁ ଗିରଫ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ ସ୍ଥାନୀୟ ଚାଷଙ୍ଗରା ଗାଁର ମୀନକେତନ ଗୁରୁ ଦୀର୍ଘ ଦିନ ହେବ ବେଆଇନ ଭାବେ ଗଞ୍ଜେଇ କାରବାର ଚଳାଇଥିବା ଅଭିଯୋଗ ହୋଇଆସୁଥିଲା । ଆଜି ଜିଲା ଅବକାରୀ ଅଧିକ୍ଷକ ସୁମତୀ ତ୍ରିପାଠୀଙ୍କ ନିର୍ଦ୍ଦେଶ କ୍ରମେ ବାଲୁଗାଁ ଅବକାରୀ ଅଧିକାରୀ ସୁଜିତ କୁମାର ମୁଦୁଲି, ଟାଙ୍ଗୀ ଅବକାରୀ ଅଧିକାରୀ ରମେଶ ଚନ୍ଦ୍ର ବାରିକଙ୍କ ସମେତ ଅଶେଷ ପ୍ରଧାନ, ରଞ୍ଜିତ ପଟେଲ, ସୁନିତା ମହାରଣା ପ୍ରମୁଖ ମୀନକେତନଙ୍କ ଘରେ ଚଢାଉ କରି ବାରି ପଟୁ ୧୪ କିଲୋଗ୍ରାମ ଗଞ୍ଜେଇ ଜବତ କରିଥିଲେ । ଏ ନେଇ ବିଭାଗ ପକ୍ଷରୁ ଏକ ମକଦ୍ଦମା ରୁଜୁ କରାଯାଇ ମୀନକେତନଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ତେବେ ଜବତ ଗଞ୍ଜେଇର ମୂଲ୍ୟ ୧ ଲକ୍ଷ ୪୦ ହଜାର ଟଙ୍କା ହେବ ବୋଲି ଆକଳନ କରାଯାଇଛି ।

Hot this week

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

ବିଷାକ୍ତ ଗ୍ୟାସ ଲିକ୍ : ଦୁଇ ମୃତ ,ଦଶହଜାର ପ୍ରଭାବିତ

ସମାଜ ଲାଇଭ ଡ଼େସ୍କ : ଝାଡ଼ଖଣ୍ଡର ଧନବାଦରେ ଏକ ଗ୍ୟାସ ଲିକ୍...

‘ମୁଁ ଯୁଦ୍ଧ ବନ୍ଦ କରିବି’-ପୁଣି ଏମିତି ଦୃଢୋକ୍ତି ବାଢିଲେ ଟ୍ରମ୍ପ

ସମାଜ ଡିଜିଟାଲ ଡେସ୍କ: ଦୀର୍ଘ ୩ ବର୍ଷ ହେବ ରୁଷ-ୟୁକ୍ରେନ ଯୁଦ୍ଧ...

Related Articles

Popular Categories