www.samajalive.in
Monday, December 8, 2025
20.1 C
Bhubaneswar

ବିଚାରାଧୀନ କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ; ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ଛତ୍ରପୁର: ଛତ୍ରପୁର ଉପକାରାଗାରରେ ଜଣେ ବିଚାରାଧୀନ କଏଦୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। କଏଦୀ ଜଣକ ହେଲେ ରମ୍ଭା ଅଞ୍ଚଳର ଆଶୁତୋଷ ନାହାକ। ତିନି ମାସ ତଳେ ସେ କୋଦଳା ଜେଲରୁ ଛତ୍ରପୁର ଉପକାରାଗାରକୁ ଆସିଥିଲେ। ଆଜି ସକାଳୁ କୌଣସି ଧାରୁଆ କାଚ ଦ୍ୱାରା ନିଜ ବେକକୁ କାଟି ଆତ୍ମହତ୍ୟା ଉଦ୍ୟମ କରିଥିବା ବେଳେ ତୁରନ୍ତ ତାଙ୍କୁ ଛତ୍ରପୁର ମେଡିକାଲରେ ଭର୍ତ୍ତି କରାଯାଇଛି। ଛତ୍ରପୁର ଉପକାରାଗାର ସୁପରିଡେଣ୍ଟ ନିଜେ ମେଡିକାଲରେ ଉପସ୍ଥିତ ରହିବା ସହ କଏଦୀଙ୍କ ପରିବାର ଲୋକଙ୍କୁ ଅବଗତ କରାଇଛନ୍ତି। କଏଦୀ ଜଣଙ୍କ କେଉଁ କାରଣ ପାଇଁ ଏହିଭଳି ଆତ୍ମହତ୍ୟା ଉଦ୍ୟମ କରିଲେ ତାହାର କାରଣ ଅସ୍ପଷ୍ଟ ରହିଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories