www.samajalive.in
Saturday, December 6, 2025
26.1 C
Bhubaneswar

ସମିତି ସଭ୍ୟଙ୍କୁ ଗୁଳିମାଡ,ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ ଅପରାଧିକ ମାମଲା ବୃଦ୍ଧି ପାଇବାରେ ଲାଗିଛି । ପୋଲସରା ଥାନା ଅଧିନସ୍ଥ କେନ୍ଦୁବାଡି ପଞ୍ଚାୟତର ସମିତି ସଭ୍ୟଙ୍କୁ ଗୁଳିମାଡ ହୋଇଛି। ଗୁରୁବାର ବିଳମ୍ବିତ ରାତିରେ ଏକ ଗଣ୍ଡଗୋଳର ସମାଧାନ ବେଳେ ଗରେଈଝୁଳି ଗାଁରେ ଏହି ଘଟଣା ଘଟିଛି । ଏହି ଗୁଳିକାଣ୍ତରେ କେନ୍ଦୁବାଡି ସମିତିସଭ୍ୟ ନରେନ୍ଦ୍ର ସ୍ୱାଇଁ ଏବଂ ତାଙ୍କ ସମ୍ପର୍କୀୟ  ଭାଇ ରାଜେସ୍ୱର ସ୍ୱାଇଁ  ଆହତ ହୋଇଛନ୍ତି ।  ସେହିଭଳି ଗାଁର ଅନ୍ୟ ଜଣେ ବ୍ୟକ୍ତି ମଧ୍ୟ ସାମାନ୍ୟ ଆହତ ହୋଇଥିବା ଜଣାପଡିଛି।  ଗୁରୁତର ଅବସ୍ଥାରେ ସମିତି ସଭ୍ୟ ନରେନ୍ଦ୍ରଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୋଲିସ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories