www.samajalive.in
Saturday, December 6, 2025
16.1 C
Bhubaneswar

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା !

ଗଞ୍ଜାମ : ପୋଲସରା ପୁରୁଷୋତ୍ତମପୁର ଥାନା ଶମା ଗାଁରେ ଅଭାବନୀୟ ଘଟଣା ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ବ୍ୟକ୍ତିଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ ହୋଇଛି। ମୃତକ ସିକୁଳା ଗାଁର ସୁମନ୍ତ ମହାପାତ୍ର ବୋଲି ଜଣାପଡିଛି। ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ସୁମନ୍ତ ନିଜ ଘରକୁ ଆସୁଥିବାବେଳେ କିଛି ଦୁର୍ବୁତ୍ତ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ପରେ ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories