www.samajalive.in
Sunday, December 7, 2025
23.1 C
Bhubaneswar

ଜମିଜମା ବିବାଦରୁ ଦୁଇ ପରିବାରରେ ଗଣ୍ଡଗୋଳ: ଜଣେ ମୃତ

ପୋଲସରା: ଜମିଜମା ବିବାଦକୁ ନେଇ ଦୁଇ ପରିବାର ମଧ୍ୟରେ ପିଟାପିଟି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବାବେ​‌ଳେ ଅନ୍ୟ ଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି। ଗତକାଲି ବିଳମ୍ବିତ ରାତିରେ ଗଞ୍ଜାମ ଜିଲ୍ଲା ବୁଗୁଡା ଥାନା ବିରଞ୍ଚିପୁର ନୂଆଗାଁରେ ଏଭଳି ଅଘଟଣ ଘଟିଛି। ମୃତକ ବଳରାମ ନାୟକ ବୋଲି ଜଣାପଡିଛି। ଶୁକ୍ରବାର ରାତିରେ ବଳରାମଙ୍କ ସହ ଗୋଟିଏ ପରିବାରର ବଚସାରୁ ଗଣ୍ଡଗୋଳ ହୋଇଥିଲା। ଏବଂ ଘଟଣାରେ ବଳରାମଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଜଣେ ମହିଳା ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ରହିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ଗଣ୍ଡଗୋଳର ପ୍ରକୃତ କାରଣ ଜଣାପଡିନଥିବାବେଳେ ପୁଲିସ୍ ଘଟଣାର ତଦନ୍ତ କରୁଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories