www.samajalive.in
Friday, December 12, 2025
14.1 C
Bhubaneswar

କୂଅରେ ଅଣନିଶ୍ଵାସୀ ହୋଇ ଚାଲିଗଲା ଜଣଙ୍କ ଜୀବନ

ଗଞ୍ଜାମ: କୂଅ ସଫାବେଳେ ଅଘଟଣ। ଅଣନିଶ୍ଵାସୀ ହୋଇ ଚାଲିଗଲା ଜୀବନ। କୂଅରୁ ମାଟି, ପଙ୍କ କାଢିବାକୁ ଯାଇଥିଲେ ଦୁଇ ଜଣ ଶ୍ରମିକ। ସେମାନଙ୍କୁ ଉଦ୍ଧାର କରିବାକୁ ଯାଇଥିବା ବ୍ୟକ୍ତିଙ୍କର ଶ୍ଵାସରୁଦ୍ଧ ହୋଇ ମୃତ୍ୟୁ ହୋଇଛି। ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଗଣିଆନାଳରେ ଏଭଳି ଘଟଣା ଘଟିଛି। ଆଜି ସକାଳୁ ଦୁଇ ଜଣ ଶ୍ରମିକ କୂଅ ଭିତରେ ପଶି ମାଟି, ପଙ୍କ ବାହାର କରୁଥିଲେ। ଏତିକିବେଳେ ସେମାନେ ଅଣନିଶ୍ଵାସୀ ହୋଇପଡିଥିଲେ। ସେମାନଙ୍କୁ ଉଦ୍ଧାର କରିବାକୁ ଯାଇଥିବା ବ୍ୟକ୍ତି ବି ଅଣନିଶ୍ଵାସୀ ହୋଇଥିଲେ। ତାଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲା ଅଗ୍ନିଶମ ବାହିନୀ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତକ ନରଣପୁର ଗାଁର ଦିବାକର ସାହୁ ବୋଲି ଜଣାପଡିଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

Related Articles

Popular Categories