www.samajalive.in
Monday, December 8, 2025
24.1 C
Bhubaneswar

ଗଞ୍ଜାମ ଏନଏସିରେ ନବନିର୍ବାଚିତ ଅଧ୍ୟକ୍ଷାଙ୍କ ଦାୟିତ୍ୱ ଗ୍ରହଣ

ଗଞ୍ଜାମ: ଗଞ୍ଜାମ ବିଜ୍ଞାପିତ ଅଂଚଳ ପରିଷଦର ନବ ନିର୍ବାଚିତ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ଦାୟିତ୍ୱ ନେବା ପରେ ତାଙ୍କୁ ବିଭିନ୍ନ ମହଲରୁ ସମସ୍ତେ ଶୁଭେଚ୍ଛା ଜଣାଇଛନ୍ତି  । ବୁଧବାର ପୂର୍ବାହ୍ନ ସମୟରେ ଅବସରପ୍ରାପ୍ତ ଅଧିକ୍ଷଣ ଯନ୍ତ୍ରୀ ବିନୋଦ ପାଢ଼ୀଙ୍କ ନେତୃତ୍ୱରେ ତାଙ୍କ ସମର୍ଥକମାନେ ଅଧ୍ୟକ୍ଷାଙ୍କୁ ଫାଟକ ସମ୍ମୁଖରୁ ତାଙ୍କ ଚାମ୍ବର ପର୍ଯ୍ୟନ୍ତ ପାଛୋଟି ନେଇଥିଲେ ।ଗଞ୍ଜାମ ତହସିଲଦାର ତଥା ଭାରପ୍ରାପ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଅରୁଣ କୁମାର ନାୟକ ପୁଷ୍ପଗୁଛ ପ୍ରଦାନ କରିବା ସହ ଅଧ୍ୟକ୍ଷାଙ୍କୁ ଶୁଭେଚ୍ଛା ଜଣାଇଥିଲେ । ପରେ ବିଜ୍ଞାପିତ ଅଞ୍ଚଳ ପରିଷଦର କର୍ମଚାରୀ ଓ ସମର୍ଥକମାନେ ପୁଷ୍ପଗୁଚ୍ଛ ଦେଇ ଶୁଭେଚ୍ଛା ଜଣାଇଥିଲେ।
ନବ ନିର୍ବାଚିତ କାଉନସିଲର ଅରୁଣ କୁମାର ପଣ୍ଡାଙ୍କ ସମେତ ଅନ୍ୟମାନଙ୍କ ମଧ୍ୟରେ ମଙ୍ଗରାଜ ପଣ୍ଡା,ଦେବେନ୍ଦ୍ର ପଣ୍ଡା,କନ୍ଧ ବେହେରା, ବ୍ରଜ ପାଣିଗ୍ରାହୀ,ଲିଙ୍ଗରାଜ ପଟନାୟକ,ସୂର୍ଯ୍ୟ ପାତ୍ର,ପର ମହାଙ୍କୁଡ଼,ପ୍ରତାପ ବିଶ୍ୱାଳ, ଗଣେଶ ସାହୁ,ବିଶ୍ଵନାଥ ଦାଶ,ଅଭିରାମ ଗୌଡ଼ ପ୍ରମୁଖଙ୍କ ସହ ବହୁ ବରିଷ୍ଠ ନାଗରିକ ଓ ସମର୍ଥକ ଉପସ୍ଥିତ ରହିବା ସହ ଅଧକ୍ଷାଙ୍କୁ ଶୁଭେଚ୍ଛା ଜଣାଇଥିଲେ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories