www.samajalive.in
Saturday, December 6, 2025
16.1 C
Bhubaneswar

ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦଯାପିତ

ଗଞ୍ଜାମ: ଗଞ୍ଜାମ ବ୍ଳକ ଅନ୍ତର୍ଗତ ହୁମ୍ମା ସଲଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଠ ଦିନ ବ୍ୟାପି ଚାଲିଥିବା ଆତ୍ମସୁରକ୍ଷା ତାଲିମ ଶିବିର ଶନିବାର ଉଦଯାପିତ ହୋଇଯାଇଛି। ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷ ନିରଞ୍ଜନ ରଥଙ୍କ ପୋୖରହିତରେ ଆୟୋଜିତ ସମାରୋହରେ ହୁମ୍ମା ଫାଣ୍ଡି ଓଆଇସି ଦେବଦତ ପ୍ରିୟଦର୍ଶୀ ଏବଂ ଅଧ୍ୟାପକ ଡ଼ଃ ସୁଧୀରକାନ୍ତ ପାଢ଼ୀ ମୂଖ୍ୟ ବକ୍ତା ଭାବେ ଯୋଗ ଦେଇ ସାମ୍ପ୍ରତିକ ପରିସ୍ଥିତିରେ ଆତ୍ମସୁରକ୍ଷା ତାଲିମର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ଏହି ଶିବିରରେ ୧୦୦ରୁ ଉର୍ଦ୍ଧ୍ବ ଛାତ୍ରୀଙ୍କୁ ତାଲିମ ଦେଇଥିଲେ ପ୍ରଶିକ୍ଷୀକା ରୀତା ଦାସ ଏବଂ ପରିଚାଳନା କରିଥିଲେ କାର୍ଯ୍ୟକ୍ରମ ସଂଯୋଜିକା ଅଧ୍ୟାପିକା ବନିତା ଶତପଥୀ। ଅଧ୍ୟାପକ ଗୌରହରି ବେହେରା ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଅଧ୍ୟାପକ ଭରତ ନାହାକ ଧନ୍ୟବାଦ ଅର୍ପଣ କରିଥିଲେ। କ୍ରୀଡ଼ା ଶିକ୍ଷକ ବାବୁନି ନାୟକ, ଜଗଦିଶ ବିଶ୍ୱାଳ, ସର୍ମିଷ୍ଠା ସାମନ୍ତରାୟଏ ଏବଂ ଅନ୍ୟାନ୍ୟ କର୍ମଚାରୀମାନେ ଉତ୍ସବ ପରିଚାଳନାରେ ସହଯୋଗ କରିଥିଲେ। ଶେଷରେ ତାଲିମ ନେଇଥିବା ଛାତ୍ରୀମାନଙ୍କୁ ଅତିଥିମାନଙ୍କ ଦ୍ଵାରା ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା।

Hot this week

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories