www.samajalive.in
Sunday, December 7, 2025
18.1 C
Bhubaneswar

ଗଞ୍ଜାମ ଜିଲା ଶିକ୍ଷା ଅଧିକାରୀଙ୍କୁ ଆକ୍ରମଣ

ଗଞ୍ଜାମ : ଗଞ୍ଜାମ ଜିଲା ଶିକ୍ଷା ଅଧିକାରୀ ବିନିତା ସେନାପତିଙ୍କୁ ଆଜି ମରଣାନ୍ତକ ଆକ୍ରମଣ ହୋଇଛି। ଜଣେ ଶିକ୍ଷୟତ୍ରୀଙ୍କ ସ୍ଵାମୀ ଆକ୍ରମଣ କରିଥିବା ନେଇ ସୂଚନା ମିଳିଛି। ଆକ୍ରମଣରେ ତାଙ୍କ ନାକରୁ ରକ୍ତସ୍ରାବ ହେଉଛି । ଚିକିତ୍ସା ନିମନ୍ତେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ବଡ଼ ମେଡିକାଲରେ ଭର୍ତି କରାଯାଇଛି। ଟାଉନ ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ଶିକ୍ଷାଧିକାରୀଙ୍କୁ ତାଙ୍କ କାର୍ଯ୍ୟାଳୟରେ ଆକ୍ରମଣ କରାଯାଇଛି। କାର୍ଯ୍ୟାଳୟ ଆଗରେ ଧାରଣାରେ ଦେଇଥିବା ଶିକ୍ଷକ ଦମ୍ପତି ତାଙ୍କୁ ଆକ୍ରମଣ କରିଛନ୍ତି। ଦରମା ନ ପାଇବା କାରଣରୁ କିଛି ଦିନ ହେଲା ସେ ଧାରଣାରେ ବସିଥିଲେ ବୋଲି ଖବର ମିଳିଛି। ଆକ୍ରମଣ କରିଥିବା ଶିକ୍ଷକ ଦମ୍ପତିକୁ ପୁଲିସ କାବୁ କରିଥିବା ନେଇ ସୂଚନା ମିଳିଛି। ଘଟଣାର ତଦନ୍ତ କରାଯାଉଛି।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories