www.samajalive.in
Saturday, December 6, 2025
26.1 C
Bhubaneswar

ଗୁଣିଗାରେଡ଼ି ନେଇ ହତ୍ୟା ମାମଲା; ୨୦ ମହିଳା ଓ ୧୩ ପୁରୁଷ ଗିରଫ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା କବିସୂର୍ୟ୍ୟନଗର ଥାନା ଅନ୍ତର୍ଗତ ମଧୁରଝୋଳ ଗ୍ରାମରେ ଗୁଣିଗାରେଡ଼ିକୁ କେନ୍ଦ୍ର କରି ଗତକାଲି ଘଟିଥିବା ହତ୍ୟାକାଣ୍ଡ ଓ ମାଡ ମାରିବା ଘଟଣାରେ ପୁଲିସ ଏପର୍ଯ୍ୟନ୍ତ ଗ୍ରାମର ୨୦ ଜଣ ମହିଳା ଏବଂ ୧୩ ଜଣ ପୁରୁଷଙ୍କୁ ଗିରଫ କରିଛି । ଘଟଣାରେ ଝୁନୁ ନାହାକ(୫୦)ଙ୍କ ମୃତ୍ୟୁ ଘଟିଥିବା ବେଳେ ଗାଁ ଲୋକଙ୍କ ମାଡରେ ୫ ଜଣ ଆହତ ହୋଇଥିବା ପୁଲିସ ସୂତ୍ରରୁ ସୂଚନା ମିଳିଛି । ଘଟଣାକୁ ନେଇ ଗ୍ରାମରେ ଚାପା ଉତ୍ତେଜନା ଲାଗି ରହିଥିବା ବେଳେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ସେଠାରେ ୪ ପ୍ଲାଟୁନ୍ ଫୋର୍ସ ମୁତୟନ ଅଛନ୍ତି । ପୁରୁଷୋତ୍ତମପୁର ଏସଡିପିଓ ରଜନୀକାନ୍ତ ସାମଲ, କବିସୂର୍ୟ୍ୟନଗର ଥାନା ଅଧିକାରୀ ପ୍ରଭାତ କୁମାର ସାହୁ, ବାଲିଛାଇ ଫାଣ୍ଡି ଅଧିକାରୀ ସୁଜିତ କୁମାର ରାଉତ, କୋଦଳା ଥାନା ଅଧିକାରୀ ଉମାକାନ୍ତ ସାହୁ, ପୋଲସରା ଥାନା ଅଧିକାରୀ ଜିତେନ୍ଦ୍ର କୁମାର ମଲ୍ଲିକ, ପୁରୁଷୋତ୍ତମପୁର ଥାନା ଅଧିକାରୀ ପ୍ରିୟଶ ରଞ୍ଜନ ଛୋଟରାୟ ସ୍ଥିତି ଉପରେ ନଜର ରଖିଛନ୍ତି । ଛତ୍ରପୁର ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ ଚଳାଇଛି । ଏ ସଂକ୍ରାନ୍ତରେ କବିସୂର୍ୟ୍ୟନଗର ଥାନାରେ ୪୯୫/୨୨ ରେ ଏକ ମାମଲା ରୁଜ୍ଜୁ ହୋଇଛି ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories