www.samajalive.in
Monday, December 8, 2025
14.1 C
Bhubaneswar

ଗଞ୍ଜାମ ବ୍ଲକର ୪ ସ୍ୱାସ୍ଥ୍ୟକେନ୍ଦ୍ରକୁ କାୟାକଳ୍ପ ପୁରସ୍କାର

ଗଞ୍ଜାମ: ଗଞ୍ଜାମ ବ୍ଲକର ୪ଟି ସ୍ୱାସ୍ଥ୍ୟକେନ୍ଦ୍ରକୁ ୨୦୨୧-୨୨ ବର୍ଷ ପାଇଁ କାୟାକଳ୍ପ ପୁରସ୍କାର ପ୍ରଦାନ କରାଯାଇଛି। ଗଞ୍ଜାମ ବ୍ଲକର ଖଣ୍ଡଦେଉଳି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର, ଗଞ୍ଜାମ ସହରରେ ଅବସ୍ଥିତ ପ୍ରାଥମିକ ଚିକିତ୍ସା କେନ୍ଦ୍ର, ହୁମ୍ମା ଓ ୟୁଡିଏସପୁର ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ଗୁଡିକୁ କାୟାକଳ୍ପ ପୁରସ୍କାର ପ୍ରଦାନ କରାଯାଇଛି। ବ୍ରହ୍ମପୁରରେ ଡାଇମଣ୍ଡ ଜୁବଲୀ ଟାଉନ ହଲ ଠାରେ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା, ସିଡିଏମଓ ଉମା ଶଙ୍କର ମିଶ୍ର ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷଙ୍କ ଉପସ୍ଥିତିରେଏହି ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀଙ୍କୁ ପୁରସ୍କୃତ କରାଯାଇଥିଲା।

ଖଣ୍ଡଦେଉଳି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକ୍ଷକ ଡାକ୍ତର ସୋମ୍ୟକାନ୍ତ ମହାପାତ୍ର, ଗଞ୍ଜାମ ସ୍ୱାସ୍ଥ୍ୟକେନ୍ଦ୍ର ଆୟୁଷ ଡାକ୍ତର ବନଜକାନ୍ତ କର, ଫାର୍ମାସିଷ୍ଟ ଶ୍ରୀମୟ ରଥ, ହୁମ୍ମା ସ୍ୱାସ୍ଥ୍ୟକେନ୍ଦ୍ର ଡାକ୍ତର ସୁସ୍ମିତା ପୃଷ୍ଟି, ୟୁଡ଼ିଏସ ପୁର ଆୟୁଷ ଡାକ୍ତର ପାଲଟାସିଂ ପ୍ରମୁଖ ପୁରସ୍କାର ଗ୍ରହଣ କରିଥିଲେ।

- Advertisement -

ସ୍ଵଛ ପରିବେଶ, ଉତ୍ତମ ବ୍ୟବହାର, ସ୍ୱାସ୍ଥ୍ୟରକ୍ଷା ସେବା, ଉତ୍ତମ ପରିଚାଳନା, ସୌନ୍ଦର୍ଯ୍ୟକରଣ, ଉତ୍ତମ ବାତାବରଣକୁ ମାନଦଣ୍ଡ ଭାବେ ବିଚାର କରାଯାଇ ପୁରସ୍କାର ପ୍ରଦାନ କରାଯାଇଥିଲା। ଯାହାକୁ ନେଇ ଏହି ସବୁ ମେଡିକାଲର କର୍ମଚାରୀମାନେ ଖୁସି ବ୍ୟକ୍ତ କରିଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories