www.samajalive.in
Saturday, December 6, 2025
26.1 C
Bhubaneswar

ଛାତ୍ରଛାତ୍ରୀଙ୍କ ପାଇଁ ବିପଦ ସୃଷ୍ଟି କରୁଛି ନାଳର ଅବ୍ୟବସ୍ଥା

ଗଞ୍ଜାମ : ଗଞ୍ଜାମ ସହର ସ୍ଥିତ ୪ ନମ୍ବର ୱାର୍ଡ ରଘୁନାଥ ସାହିରେ ଥିବା ଡ୍ରେନଟି ଅବ୍ୟବସ୍ଥା ମଧ୍ୟରେ ରହିଛି। ଫଳରେ ନିକଟରେ ରହିଥିବା ବିଦ୍ୟା ପବ୍ଲିକ ସ୍କୁଲ ଛାତ୍ରଛାତ୍ରୀମାନଙ୍କ ଯିବା ଆସିବାରେ ଘୋର ଅସୁବିଧା ସୃଷ୍ଟି ହେଉଛି। ଏପରିକି ଛୋଟ ଛୁଆମାନେ ବିପଦସଙ୍କୁଳ ଅବସ୍ଥାରେ ଯିବାଆସିବା କରୁଛନ୍ତି। ଏହି ସମସ୍ୟା ସମ୍ପର୍କରେ ସ୍କୁଲ କର୍ତ୍ତୃପକ୍ଷ ବାରମ୍ବାର ଜଣାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉ ନାହିଁ। ଫଳରେ ଏହାକୁ ନେଇ ଅବିଭାବକମାନେ ଘୋର ଅସନ୍ତୋଷ ପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ ଯେ, ଏହି ବିଦ୍ୟାଳାୟରେ କୁନି କୁନି ଛାତ୍ରଛାତ୍ରୀମାନେ ଅଧ୍ୟୟନ କରୁଛନ୍ତି। କିନ୍ତୁ କିଛି ଦିନ ହେଲା ନାଳର ଘୋଡଣି ଭାଙ୍ଗି ଯାଇଥିବା ଲକ୍ଷ୍ୟ କରାଯାଇଛି। ସେଥି ମଧ୍ୟରୁ ଲୁହା ରଡ଼ଗୁଡିକ ବାହାରି ପିଲାମାନଙ୍କ ପାଇଁ ବିପଦ ସୃଷ୍ଟି କରିଛି। ଏନଏସି କର୍ତ୍ତୃପକ୍ଷ ତୁରନ୍ତ ଡ୍ରେନ ମରାମତି ପାଇଁ ପଦକ୍ଷେପ ନେବାକୁ ଦାବୀ ହେଉଛି।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories