www.samajalive.in
Sunday, December 7, 2025
23.1 C
Bhubaneswar

କାର-ବାଇକ ମୁହାଁମୁହିଁ ଧକ୍କା ; ୩ ଆହତ

ଗଞ୍ଜାମ : ଗଞ୍ଜାମ ଥାନା ସମ୍ମୁଖ ୧୬ ନମ୍ବର ଜାତୀୟ ରାଜପଥରେ ଏକ କାର ଓ ବାଇକ ମୁହାଁମୁହିଁ ଧକ୍କା ହୋଇଛି । ଏଥିରେ ୩ ଜଣ ଆହତ ହୋଇଥିବା ଜଣାପଡିଛି । ସେମାନଙ୍କୁ ଛତ୍ରପୁର ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଆହତଙ୍କ ମଧ୍ୟରେ ଅଗସ୍ତିନୂଆଗାଁର ବିଶ୍ୱନାଥ ନାହାକ ଓ ଶିବରାମ ସ୍ୱାଇଁ ଗୁରୁତର ଥିବା ବେଳେ ହରି ନାହାକ ଆହତ ହୋଇଛନ୍ତି ।
ସୂଚନା ଅନୁସାରେ କାର,ବାଇକକୁ ଧକ୍କା ଦେଇଥିଲା । ଫଳରେ ବାଇକରେ ବସିଥିବା ତିନିଜଣ ଆହତ ହୋଇଥିଲେ। ଘଟଣା ସ୍ଥଳରେ ଗଞ୍ଜାମ ଥାନାର ଏଏସ୍‌ଆଇ କ୍ଷେତ୍ରମୋହନ ସାହୁ ଆହତମାନଙ୍କୁ ଉଦ୍ଧାର କରି ପ୍ରଥମେ ଛତ୍ରପୁର ହସ୍ପିଟାଲରେ ଭର୍ତ୍ତି କରାଇଥିଲେ । ବିଶ୍ୱନାଥ ଓ ଶିବରାମଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories