www.samajalive.in
Friday, December 5, 2025
20.1 C
Bhubaneswar

ବ୍ଲକ ସ୍ତରୀୟ ନିର୍ମାଣ ଶ୍ରମିକଙ୍କୁ ସହାୟତା ରାଶି ବଣ୍ଟନ 

ଗଞ୍ଜାମ: ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ସ୍ଥିତ କଲ୍ୟାଣ ମଣ୍ଡପ ଠାରେ ଛତ୍ରପୁର ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ପକ୍ଷରୁ ଗଞ୍ଜାମ ବ୍ଲକ ସ୍ତରୀୟ ନିର୍ମାଣ ଶ୍ରମିକଙ୍କୁ ସହାୟତା ରାଶି ପ୍ରଦାନ କରାଯାଇଛି। ଭାରପ୍ରାପ୍ତ ଜିଲ୍ଲା ଶ୍ରମ ଅଧିକାରୀ ବି. ହୃଷିକେଶ ରାଓଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନିର୍ମାଣ ଶ୍ରମିକ ମାନଙ୍କୁ ବିଭିନ୍ନ ସହାୟତା ରାଶି ପ୍ରଦାନ କରିବା ସହିତ କୃଷକ ମାନଙ୍କ ପରି ଶ୍ରମିକ ମାନେ ଦେଶର ମେରୁଦଣ୍ଡ, ତେଣୁ ସେମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ।

ଏଥିରେ ସମ୍ମାନିତ ଅତିଥି ଭାବେ ଗଞ୍ଜାମ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ୧୪ ନମ୍ବର ଜିଲ୍ଲା ପରିଷଦ ସଭ୍ୟା ସସ୍ମିତା ସ୍ୱାଇଁ, ୧୫ ନମ୍ବର ଜିଲ୍ଲା ପରିଷଦ ସଭ୍ୟ ସନାତନ ବେହେରା, ପୂର୍ବତନ ଗଞ୍ଜାମ ବ୍ଲକ ଅଧ୍ୟକ୍ଷ ସୁରଥ ପାହାନ, ଡିଏଲସି (ବ୍ରହ୍ମପୁର) ବାବୁ ଚରଣ ପାତ୍ର, ଛତ୍ରପୁର ସହକାରି ଶ୍ରମ ଅଧିକାରୀ ରଶ୍ମିରେଖା ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ।

- Advertisement -

ଏହି ଶିବିରରେ ୭୦୭ ଜଣ ନିର୍ମାଣ ଶ୍ରମିକଙ୍କୁ ଦୁଇ କୋଟି ଦୁଇ ଲକ୍ଷ ୬୩ ହଜାର ୪୦୦ ଟଙ୍କା ସହାୟତା ପ୍ରଦାନ ସହ ୧୫୦ ଜଣ ନିର୍ମାଣ ଶ୍ରମିକଙ୍କୁ ନୂତନ କାର୍ଡ ପ୍ରଦାନ କରାଯାଇଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories