www.samajalive.in
Sunday, December 14, 2025
14.1 C
Bhubaneswar

ଗ୍ରାସୀମ କମ୍ପାନୀ ମହିଳା ଇଞ୍ଜିନିୟର ଆତ୍ମହତ୍ୟା ମାମଲା; ପରିବାରର ଅଭିଯୋଗ ପରେ ହତ୍ୟା ମାମଲା ରୁଜୁ

ଗଞ୍ଜାମ: ଗଞ୍ଜାମ ସହରସ୍ଥିତ ଗ୍ରାସୀମ ଇଣ୍ଡଷ୍ଟ୍ରିଜରେ ମହିଳା ଇଞ୍ଜିନିୟରଙ୍କ ଆତ୍ମହତ୍ୟା ଘଟଣା ଭିନ୍ନ ମୋଡ଼ ନେଇଛି। ଏହି ଘଟଣାରେ ହତ୍ୟା ଅଭିଯୋଗ ଆଣିଛନ୍ତି ମୃତ ମହିଳାଙ୍କ ପରିବାର। ଏନେଇ ମୃତକଙ୍କ ବାପା ପ୍ରଦୀପ୍ତ ସ୍ୱାଇଁ ଗଞ୍ଜାମ ଥାନାରେ ତାଙ୍କ ଝିଅକୁ ହତ୍ୟା କରାଯାଇଥିବା ନେଇ ଲିଖିତ ଅଭିଯୋଗ କରିଛନ୍ତି। ଯାହାକୁ ଭିତ୍ତି କରି ଗଞ୍ଜାମ ଥାନା ପୁଲିସ ପକ୍ଷରୁ କେସ୍ ନମ୍ବର ୩୦୩/୨୦୨୩ ପ୍ରକାରେ ହତ୍ୟା ମାମଲା ରୁଜୁ କରାଯାଇଛି। ତଦନ୍ତ ଜାରି ରହିଛି ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ପ୍ରକୃତ ତଥ୍ୟ ଜଣାପଡିବ ବୋଲି ଥାନା ଅଧିକାରୀ ସୁମିତ୍ରା ପାତ୍ର କହିଛନ୍ତି।

ସୂଚନାଯୋଗ୍ୟ ଯେ, ଗତ ୫ ତାରିଖରେ ଗ୍ରାସୀମ କମ୍ପାନୀ କାର୍ଯ୍ୟରତ ମହିଳା ଇଞ୍ଜିନଅର ବନପ୍ରିୟା ସ୍ୱାଇଁଙ୍କ ମୃତଦେହ ତାଙ୍କ ଷ୍ଟାଫ୍‌ କ୍ଵାର୍ଟର ମଧ୍ୟରେ ଫ୍ୟାନରେ ଝୁଲୁଥିବା ଦେଖିବାକୁ ମିଳିଥିଲା। ଖବର ପାଇ ଗଞ୍ଜାମ ପୁଲିସ ପହଞ୍ଚି ମୃତଦେହ ଜବତ କରିଥିଲା। ପରେ ପରିବାରକୁ ଖବର ଦିଆଯାଇଥିଲା। ପରିବାର ଲୋକେ ପହଞ୍ଚିବା ପରେ ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଥିଲା। ଏହାପରେ ପରିବାରକୁ ମୃତଦେହ ହସ୍ତାନ୍ତର କରାଯାଇଥିଲା।

Hot this week

ଭାରତ ଉପରେ ୫୦% ବାଣିଜ୍ୟିକ ଶୁଳ୍କକୁ ବିରୋଧ

ଶୁଳ୍କ ପ୍ରତ୍ୟାହାର ପ୍ରସ୍ତାବ ଆଣିଲେ ୩ ସିନେଟର ୱାଶିଂଟନ : ଆମେରିକା ରାଷ୍ଟ୍ରପତି...

ପଶ୍ଚିମବଙ୍ଗରେ ଏସଆଇଆର ପ୍ରଭାବ

ମମତାଙ୍କ ନିର୍ବାଚନମଣ୍ଡଳୀରେ ବାଦ ପଡିଛନ୍ତି ୪୪ ହଜାର ଭୋଟର କଲକାତା : ନିର୍ବାଚନ...

ଆଜି ଭାରତ-ପାକିସ୍ତାନ ମ୍ୟାଚ: କରିବେନି କରମର୍ଦ୍ଦନ!

ସମାଜ ଡିଜିଟାଲ ଡେସ୍କ: ଆଜି ଭାରତ ଏବଂ ପାକିସ୍ତାନ ମଧ୍ୟରେ ୧୯...

ଦିଲ୍ଲୀରେ ରାଜ୍ୟ କଂଗ୍ରେସର ତୁଙ୍ଗନେତା

ମୋକିମଙ୍କ ଚିଠି ଉପରେ ଆସନ୍ତା ସପ୍ତାହରେ ପଦକ୍ଷେପ ଭୁବନେଶ୍ବର : ରାହୁଲଙ୍କ ଡାକରାରେ...

ସାମ୍ସ ପୋର୍ଟାଲରେ ଅପ୍‌ଡେଟ୍ ହେଉନି ଉପସ୍ଥାନ

ଖିଲାପୀ ତାଲିକାରେ ୨ ହଜାରରୁ ଊର୍ଦ୍ଧ୍ବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭୁବନେଶ୍ବର :...

Related Articles

Popular Categories