www.samajalive.in
Sunday, December 7, 2025
13.1 C
Bhubaneswar

ନିଷ୍କାସନ ହୋଇପାରୁନି ବର୍ଷା ଜଳ; ମୁଖ୍ୟ ରାସ୍ତାରେ କୃତ୍ରିମ ପୋଖରୀ

ଗଞ୍ଜାମ : ଗଞ୍ଜାମ ଏନଏସି ଅନ୍ତର୍ଗତ ୬ନମ୍ବର ୱାର୍ଡ ବ୍ରାହ୍ମଣ ଢାମଣା ସାହି-ସାନ ବଜାର କୈବର୍ତ୍ତ ସାହି ମୁଖ୍ୟ ରାସ୍ତାରେ ସାମାନ୍ୟ ବର୍ଷାରେ ଜମି ରହୁଛି ଜଳ। ଫଳରେ ସୃଷ୍ଟି ହୋଇଛି କୃତ୍ରିମ ପୋଖରୀ। ଫଳରେ ସ୍ଥାନୀୟ ଲୋକେ ଯିବାଆସିବା କ୍ଷେତ୍ରରେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳୁଛି। ଯାହାକୁ ନେଇ ସାଧାରଣରେ ଘୋର ଅସନ୍ତୋଷ ପ୍ରକାଶ ପାଉଛି। ଏଥିପ୍ରତି ବିଜ୍ଞାପିତ ଅଞ୍ଚଳ ପରିଷଦ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ଦାବି ହୋଇଛି।

ସୂଚନାଯୋଗ୍ୟ ଯେ, ନିକଟରେ ଧର୍ମଶାଳା ଜଗନ୍ନାଥ ମନ୍ଦିର ରହିଥିବାରୁ ଶ୍ରୀଜୀଉଙ୍କ ବାହୁଡ଼ା ଯାତ୍ରାରେ ବ୍ୟାଘାତ ସୃଷ୍ଟି ହୋଇଥିବା ଲକ୍ଷ୍ୟ କରାଯାଇଛି। ଫଳରେ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଘୋର ଅସନ୍ତୋଷ ଦେଖିବାକୁ ମିଳିଛି। ସ୍ଥାନୀୟ ଏନଏସି କର୍ତ୍ତୃପକ୍ଷ ବର୍ଷାଦିନ ପୂର୍ବରୁ କୌଣସି ପ୍ରାକ୍ ପ୍ରସ୍ତୁତି କରି ଜଳ ନିଷ୍କାସନ ବ୍ୟବସ୍ଥା କିମ୍ବା ପକ୍କା ରାସ୍ତା ନିର୍ମାଣ ବ୍ୟବସ୍ଥା କରି ନ ଥିବାରୁ ଏପରି ସମସ୍ୟା ସୃଷ୍ଟି ହେଉଥିବା ବୁଦ୍ଧିଜୀବୀ ମହଲରେ ଆଲୋଚନା ହେଉଛି। ମୁଖ୍ୟ ନାଳ ସଫେଇ ହୋଇଛି ନା ଖାଲୁଆ ରାସ୍ତାରେ ଜଳ ନିଷ୍କାସନ ବ୍ୟବସ୍ଥା ହୋଇଛି। ତୁରନ୍ତ ଏହି ସମସ୍ୟାର ସମାଧାନ ନେଇ ଏନଏସି ପ୍ରଶାସନ ଦୃଷ୍ଟି ହେବାକୁ ବିଭିନ୍ନ ମହଲରୁ ଦାବି ହେଉଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories